ଏନ୍‌ଏଚ୍‌ଆର୍‌ସିରେ କିଡ୍‌ନୀ କାଢିନେବା ମାମଲା : ୨ଲକ୍ଷ କ୍ଷତିପୂରଣ ସହ ଆପୋଲୋ ହସ୍ପିଟାଲ ପଞ୍ଜୀକରଣ ରଦ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୯ା୯(ବ୍ୟୁରୋ): ବରଗଡ଼ ଜିଲାର ଅନିଲ ସ୍ବାମୀଙ୍କ କିଡ୍‌ନୀ କାଢି ନେବା ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆରସି) ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମାମଲାର ବିଚାର କରି କମିଶନ ପୀଡିତଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଆପୋଲୋ ହସ୍ପିଟାଲର ପଞ୍ଜୀକରଣ ରଦ୍ଦ କରିବାକୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେଇ ରିପୋର୍ଟ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ କମିଶନର କହିଛନ୍ତି। ଏହାସହ ମାନବ ଶରୀରର ଅର୍ଗାନ ଟ୍ରାନ୍ସପ୍ଲାଣ୍ଟ ଆକ୍ଟ ୧୯୯୪ ଧାରା ୧୬ ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ରହିଛି। ସୂଚନାଯୋଗ୍ୟ, ୨୦୧୩ରେ ଅନିଲ ଆପୋଲୋ ହସ୍ପିଟାଲକୁ ଚିକିତ୍ସା ପାଇଁ ଆସିଥିଲେ। ଚିକିତ୍ସା ସମୟରେ ତାଙ୍କ ଅଜାଣତରେ କିଡ୍‌ନୀ କାଢି ନିଆଯାଇଥିଲା। ଏନେଇ ୨୦୧୬ରେ ବରଗଡ ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ ଅନିଲ। ସେତେବେଳେ ଏହି ଘଟଣା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିଲା। ମାନବିକ ଅଧିକାର କର୍ମୀ ଅଖଣ୍ଡ ଏନ୍‌ଏଚ୍‌ଆରସିରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri