ଏନ୍‌ଏସି ପକ୍ଷରୁ ଚଢ଼ାଉ : ପଲିଥିନ୍‌, ପାଣିପାଉଚ ଜବତ

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ଏନ୍‌ଏସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ପକ୍ଷରୁ ଗୁରୁବାର ସହରରେ ବେଆଇନ ପଲିଥିନ ବିକ୍ରୟ ଓ ବ୍ୟବହାର ବିରୋଧରେ ଧରପଗଡ଼ କରାଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ଉପସ୍ଥିତିରେ ଦିଗପହଣ୍ଡି ମେଡିକାଲ ଛକସ୍ଥିତ ସନ୍ତୋଷ କୁମାର ପାତ୍ରଙ୍କ ଦୋକାନରେ ଚଢ଼ାଉ କରାଯାଇଥିଲା। ତାଙ୍କ ନିକଟରୁ ଆଇଏସ୍‌ଆଇ ମାର୍କା ବିହୀନ ପାଣିପାଉଚ, ପଲିଥିନ୍‌ ଏବଂ ପ୍ଲାଷ୍ଟିକ୍‌ ଦନା ଜବତ କରାଯିବା ସହ ୨୫୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ସେହିପରି ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାକଡ଼ରେ ଦୋକାନ କରିଥିବା ସୁଶାନ୍ତ ପାଢ଼ୀ, ନୀଳାଞ୍ଚଳ ଚୌଧୁରୀ ଏବଂ ରାମଚନ୍ଦ୍ର ଚୌଧୁରୀଙ୍କ ନିକଟରୁ ବିକ୍ରି ଉଦ୍ଦେଶ୍ୟରେ ରଖା ଯାଇଥିବା ବହୁ ସଂଖ୍ୟକ ପଲିଥିନ୍‌ ଜବତ ହୋଇଛି। ସେମାନଙ୍କ ନିକଟରୁ ୭ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଏହି ଚଢ଼ାଉରେ ଏନ୍‌ଏସି କର୍ମଚାରୀ ହରିକୃଷ୍ଣ ସାହୁ, ପ୍ରଭାକର ମେକାପ, ବି. ସାହେବ ରେଡ୍ଡୀ, ସନ୍ତୋଷ କୁମାର ପାଢ଼ୀ, ସିଏଚ.୍‌ ଲୋକେଶ୍ୱରୀ, ପବିତ୍ରା ପ୍ରଧାନ, ସନ୍ତୋଷ କୁମାର ମହାନ୍ତି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri