Posted inଖେଳ

ଏନ୍‌ଏସ୍‌ଏଫ୍‌ଗୁଡିକର ସ୍ବାୟତ୍ତତା ବଜାୟ ରହିବ: ରିଜିଜୁ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଦେଶରେ ଥିବା ସବୁ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍‌ଏସ୍‌ଏଫ୍‌) ପରିଚାଳନାରେ ସରକାର ହସ୍ତକ୍ଷେପ କରିବାର ପ୍ରଶ୍ନ ଉଠୁନାହିଁ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ଏନ୍‌ଏସ୍‌ଏଫ୍‌ଗୁଡିକର ସ୍ବାୟତ୍ତତା ପୂର୍ବପରି ବଜାୟ ରହିବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଏନ୍‌ଏସ୍‌ଏଫ୍‌ଗୁଡିକର ପରିଚାଳନାରେ କ୍ରୀଡ଼ା ମନ୍ତ୍ରଣାଳୟ ଅଯଥାରେ ହସ୍ତକ୍ଷେପ ବା ପ୍ରଭାବିତ କରିବାକୁ ପ୍ରୟାସ କରୁଛି ବୋଲି ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ଅଧ୍ୟକ୍ଷ ନରିନ୍ଦର ବାତ୍ରା ଅଭିଯୋଗ ଆଣିବା ପରେ ରିଜିଜୁ ଏହି କଥା କହିଛନ୍ତି। ଗଣମାଧ୍ୟମଗୁଡିକରେ ମଧ୍ୟ ଏ ନେଇ ଖବର ପ୍ରକାଶିତ ହୋଇଥିଲା ଓ ଏ ନେଇ ଅବଗତ ହୋଇଥିଲି। ଯେ କୌଣସି ପରିସ୍ଥିତି ଓ ମୂଲ୍ୟରେ ଏନ୍‌ଏସ୍‌ଏଫ୍‌ ଗୁଡ଼ିକର ପରିଚାଳନାରେ କୌଣସି ହସ୍ତକ୍ଷେପ କରାଯିବ ନାହିଁ। ଏନ୍‌ଏସ୍‌ଏଫ୍‌ଗୁଡିକରେ ନ୍ୟାଶନାଲ ସ୍ପୋଟର୍‌ସ କୋଡ ଓ ଗୁଡ୍‌ ଗଭରନାନ୍ସ ରହିଛି। ଏଥିରେ ମଧ୍ୟ ନିରପେକ୍ଷତା ଓ ପାରଦର୍ଶିତା ରହିଛି। ଏନ୍‌ଏସ୍‌ଏଫ୍‌ଗୁଡିକୁ ଆବଶ୍ୟକ ସାହାଯ୍ୟ ଓ ସହଯୋଗ କରିବାକୁ ସରକାର ବଦ୍ଧପରିକର ଅଛନ୍ତି। ତେବେ କ୍ରୀଡ଼ାର ପ୍ରଚାର ଓ ପ୍ରସାର ସହିତ ଆମ ଆଥ୍‌ଲେଟମାନଙ୍କ ହିତସାଧନରେ କୌଣସି ବୁଝାମଣା କରାଯିବ ନାହିଁ ବୋଲି ରିଜିଜୁ ସ୍ପଷ୍ଟ କରିଛନ୍ତି।
ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ଏନ୍‌ଏସ୍‌ଏଫ୍‌ର ଟାର୍ଗେଟ ଅଲିମ୍ପିକ୍‌ ପୋଡିୟମ (ଟପ୍ସ) ସ୍କିମ୍‌ ପରିଚାଳନାରେ ମନ୍ତ୍ରଣାଳୟ ହସ୍ତକ୍ଷେପ କରିବା ନେଇ ବାତ୍ର ଅଭିଯୋଗ ଆଣିଥିଲେ ଓ ଏହା ବିବାଦ ସୃଷ୍ଟି କରିଥିଲା। ତେବେ ମନ୍ତ୍ରଣାଳୟ, ଆଇଓଏ ଓ ଏନ୍‌ଏସ୍‌ଏଫ୍‌ଗୁଡିକର ଏକ ସାଧାରଣ ଲକ୍ଷ୍ୟ ରହିଛି। ଦେଶରେ ଏକ ସୁସ୍ଥ ତଥା ଉନ୍ନତ କ୍ରୀଡ଼ା ପରମ୍ପରା ସ୍ଥାପନ କରିବା ଓ ସର୍ବୋପରି ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ହେଉଛି ଆମର ମୂଳ ଲକ୍ଷ୍ୟ ବୋଲି ରିଜିଜୁ କହି ଏହି ବିବାଦକୁ ଟାଳିଛନ୍ତି। ତୃଣମୂଳସ୍ତରରେ କ୍ରୀଡ଼ା ପ୍ରତିଭା ସୃଷ୍ଟି କରିବା ଉପରେ କାର୍ଯ୍ୟକରିବାର ଆବଶ୍ୟକତା ଉପରେ ରିଜିଜୁ ଗୁରୁତ୍ୱାରୋପ କରିଛନ୍ତି। ତେବେ ଏଥିପାଇଁ ଭିତ୍ତିଭୂମି, ଖାଦ୍ୟପେୟ, ବଡ଼ବଡ଼ ପ୍ରତିଯୋଗିତାର ଆୟୋଜନ କରିବାର ଆବଶ୍ୟକତା ରହିଛି। ଏହା ହୋଇପାରିଲେ ୨୦୨୮ ଅଲିମ୍ପିକ୍ସରେ ଭାରତ ପଦକ ତାଲିକାର ଶ୍ରେଷ୍ଠ ୧୦ରେ ରହିପାରିବ ବୋଲି ରିଜିଜୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri