ଏନ୍‌ଟିପିସିରେ ହ୍ରାସ ହେବନି ବିଦ୍ୟୁତ୍‌ ଉତ୍ପାଦନ

ତାଳଚେର,୧୯ା୪(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ଉଦ୍ୟୋଗର ବିଦ୍ୟୁତ୍‌ ଉତ୍ପାଦନ ନେଇ ସିଏମ୍‌ଡି ଗୁରୁଦୀପ ସିଂ ଏବଂ ଆଞ୍ଚଳିକ ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଛି। କୌଣସି ସ୍ଥିତିରେ ପ୍ଲାଣ୍ଟର ଶକ୍ତି ଉତ୍ପାଦନ ରେ ହ୍ରାସ ଘଟିବାକୁ ଦିଆଯିବ ନାହିଁ ବୋଲି ଅଧିକାରୀମାନେ ନିଷ୍ପତ୍ତି କରିଛନ୍ତି।
ସୂଚନା ଅନୁଯାୟୀ, ସର୍ବନିମ୍ନ ମାନବ ସମ୍ବଳରେ କାର୍ଯ୍ୟ କରାଯାଉଥିଲେ ମଧ୍ୟ ନିରବଚ୍ଛିନ୍ନ ଭାବେ ବିଦ୍ୟୁତ୍‌ ଉତ୍ପାଦନ ଓ ଯୋଗାଣ ଜାରି ରହିଛି। ପ୍ରକଳ୍ପର କର୍ମଚାରୀମାନେ ଆଖପାଖ ଗ୍ରାମ, ଶ୍ରମିକ ବସ୍ତିରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରିଛନ୍ତି। କମ୍ପାନୀ ସିଏସ୍‌ଆର୍‌ ଯୋଜନାରେ ସାବୁନ ସହ ଅଦ୍ୟାବଧି ୧୨ ହଜାର ମାସ୍କ ବଣ୍ଟନ କରିଛି। ଏନ୍‌ଟିପିସି ପକ୍ଷରୁ ୪୫ଟି ହସ୍‌ପିଟାଲରେ ଏକାନ୍ତ କକ୍ଷର ବନ୍ଦୋବସ୍ତ କରାଯାଇଛି। ଦିଲ୍ଲୀର ବଦରପୁର ହସ୍ପିଟାଲ ଏବଂ ଓଡ଼ିଶାର ସୁନ୍ଦରଗଡ଼ସ୍ଥିତ ମେଡିକାଲ କଲେଜ ହସ୍ପିଟାଲକୁ କୋଭିଡ୍‌ ଆକ୍ରାନ୍ତଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଛି। ଏନ୍‌ଟିପିସି ମ୍ୟାନେଜମେଣ୍ଟ ପକ୍ଷରୁ ୩କୋଟି ଟଙ୍କାର ସ୍ବାସ୍ଥ୍ୟ ଉପକରଣ ଆବଣ୍ଟନ କରାଯାଉଛି। ମେଡିକାଲ କର୍ମଚାରୀମାନେ ଭିଡିଓ କଲ୍‌ ମାଧ୍ୟମରେ ପର୍ସନାଲ ପ୍ରୋଟେକ୍ଟିଭ ଇକ୍ୟୁପମେଣ୍ଟ (ପିପିଇ)ର ବ୍ୟବହାର ନେଇ ପ୍ରଶିକ୍ଷଣ ନେଉଛନ୍ତି। ୧୨ଶହ ପିପିଇ କିଟ୍‌, ୧ ଲକ୍ଷ ୨୦ହଜାର ସର୍ଜିକାଲ କିଟ୍‌, ୩୩ ହଜାରରୁ ଊର୍ଦ୍ଧ୍ୱ ଗ୍ଲୋଭସ, ୫ ହଜାର ଆପ୍ରୋନ, ୮ ହଜାର ସୁକଭର, ୫୩୫ ଲିଟର ସାନିଟାଇଜର ଏନ୍‌ଟିପିସିର ସମସ୍ତ ପ୍ରୋଜେକ୍ଟ ଏବଂ କେନ୍ଦ୍ରକୁ ପଠାଯାଇଛି ବୋଲି ଏକ ପ୍ରେସ୍‌ ଇସ୍ତାହାରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri