Posted inଜାତୀୟ

ଏନ୍‌ଡିଏ ଦୁଇତୃତୀୟାଂଶ ସଂଖ୍ୟାଗରିଷ୍ଠତା ପାଇବ

ନୂଆଦିଲ୍ଲୀ,୮ା୬(ପି.ଟି.): କରୋନା ଯୋଗୁ ଦେଶ ଲକ୍‌ଡାଉନରେ ରହିଥିବାବେଳେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ପକ୍ଷରୁ ରବିବାର ବିଗୁଲ ବାଜିଛି। ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଭିଡିଓ କନ୍‌ଫରେନ୍ସ ଜରିଆରେ (ଭର୍ଚୁଆଲ) ପାଟନାର ଏକ ରାଲିକୁ ସମ୍ବୋଧନ କରି ଏନ୍‌ଡିଏ ସରକାର ଅମଳରେ ବିହାର ଜଙ୍ଗଲ ରାଜ୍‌ରୁ ମୁକ୍ତ ହୋଇ ଜନତା ରାଜ୍‌ରେ ପରିଣତ ହୋଇଥିବା କହିଥିଲେ। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ମେଣ୍ଟ ଆଗାମୀ ନିର୍ବାଚନରେ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତା ହାସଲ କରିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ। ଦଳୀୟ କର୍ମୀ ଓ ବିହାର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବା ଅବସରରେ ଶାହା ବିରୋଧୀ ଆର୍‌ଜେଡି ଉପରେ ଜୋର୍‌ଦାର ବର୍ଷିଥିଲେ। ଆର୍‌ଜେଡି କ୍ଷମତାରେ ଥିବାବେଳେ ରାଜ୍ୟର ଆଥିର୍ତ୍କ ଅଭିବୃଦ୍ଧି ୩.୯ ପ୍ରତିଶତ ଥିବାବେଳେ ଏନ୍‌ଡିଏ ସରକାରରେ ଏହା ୧୧.୩%କୁ ବୃଦ୍ଧି ପାଇଥିବା ଶାହା କହିଥିଲେ। ଲଣ୍ଠନ ରାଜ୍‌ରୁ ରାଜ୍ୟ ଏଲ୍‌ଇଡି ରାଜ୍‌କୁ ଉନ୍ନୀତ ହୋଇଛି ବୋଲି ଆର୍‌ଜେଡି ଦଳୀୟ ଚିହ୍ନକୁ ଆକ୍ଷେପ କରିଥିଲେ ଶାହା।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri