Posted inଜାତୀୟ

ଏନ୍‌ଡିଏରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇ ପାରନ୍ତି ପାଓ୍ବାର

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ମହାଭାରତର ଅଭେଦ୍ୟ ଦୁର୍ଗକୁ ପଶିବା ସମସ୍ତଙ୍କ ପାଇଁ ସମ୍ଭବ ନୁହେଁ ବୋଲି କୁହାଯାଉଛି। ଗୋଟିଏ ପଟେ ଏନ୍‌ସିପି ନେତା ଅଜିତ ପାଓ୍ବାର ଭାରତୀୟ ଜନତା ପାର୍ଟି(ଭାଜପା) ସହ ମିଶି ସରକାର ଗଢୁଥିବା ବେଳେ ଅନ୍ୟପଟେ ଏନ୍‌ସିପି ମୁଖ୍ୟ ଏହାକୁ ନେଇ ଚୁପ୍‌ ଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏବେ ରାଜନୈତୀକ ମହଲରେ ଆଲୋଚନା ହେଉଛି କି ୨୦୨୨ରେ ଶରଦ ପାଓ୍ବାରଙ୍କୁ ଏନ୍‌ଡିଏ ଏକ ବଡ ଉପହାର ଦେବାକୁ ଯାଉଛି। ତାହାହେଲା ଏନ୍‌ଡିଏ ୨୦୨୨ରେ ଶରଦ ପାଓ୍ବାରଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିପାରେ। କେବଳ ସେତିକି ନୁହେଁ ଶରଦଙ୍କ ଝିଅ ସୁପ୍ରିୟା ସୁଲେ ମଧ୍ୟ ଖୁବ୍‌ଶୀଘ୍ର ଭାଜପାରେ ଯୋଗ ଦେବେ ବୋଲି ଆଲୋଚନା ହେଉଛି। ତେଣୁ ଏବେ ଶରଦ ପାଓ୍ବାର ଭାଜପା ବିପକ୍ଷରେ ଏତେଟା ଶକ୍ତ ହୋଇ ପାରୁ ନାହାଁନ୍ତି ବୋଲି ଆଲୋଚନା ହେଲାଣି। ଆଲୋଚନା ହେଉଛି କି ସଂଘ ପରିବାରକୁ ନେଇ ୪୩ ପୁସ୍ତକ ଲେଖି ସାରିଥିବା ନାଗପୁରର ସଂଘ ବିଚାରକ ଦିଲ୍ଲୀପ ଦେଓଘର ମହାରାଷ୍ଟ୍ରର ସମ୍ପୂର୍ଣ୍ଣ ରାଜନୈତିକ ଘଟଣା କ୍ରମର ଟିପ୍ପଣୀ କରି ଦାବି କରିଛନ୍ତି, ମହାରାଷ୍ଟ୍ରରେ ଫଡନବିସ ସରକାର ଗଠନ ଉପରେ ଶରଦ ପାଓ୍ବାର ଜାଣିଶୁଣି ଚୁପ୍‌ ରହିଛନ୍ତି। ଆଉ ଶରଦ ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ଦିଲ୍ଲୀପ କୁଆଡେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri