ଏନ୍‌ପିଆର ପାଇଁ ରାଜ୍ୟର ପ୍ରସ୍ତୁତି

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମର୍ଥନ କରିଥିଲେ।  ହେଲେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆରସି)କୁ ବିରୋଧ କରିଥିଲେ। ଏହାକୁ ଓଡ଼ିଶାରେ ଲାଗୁ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ତଳେ ସ୍ପଷ୍ଟ କରିଥିଲେ। ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ସିଏଏ କିମ୍ବା ଏନ୍‌ଆରସିକୁ ନେଇ ବଡଧରଣର ଆନ୍ଦୋଳନ ହୋଇନାହିଁ। ହେଲେ ବହୁ ଅଞ୍ଚଳ ସମେତ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ଅନୁଷ୍ଠାନ, ସଂସ୍ଥା ଏବଂ ରାଜନୈତିକ ଦଳ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରିସାରିଛନ୍ତି। ଅନ୍ୟପକ୍ଷେ ଦେଶବ୍ୟାପୀ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର) କାର୍ଯ୍ୟକାରୀ କରାଇବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଥିବାବେଳେ ରାଜ୍ୟ ପ୍ରଶାସନ ମଧ୍ୟ ଏନେଇ ଅଣ୍ଟା ଭିଡୁଥିବା ଜଣାପଡିଛି।
ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି କୁହନ୍ତି ଯେ, ରେଜିଷ୍ଟ୍ରାର ଜେନେରାଲ ଅଫ୍‌ ଇଣ୍ଡିଆଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଏନ୍‌ପିଆର ଲାଗୁ କରିବେ। ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତା ଏପ୍ରିଲ ୧୬ରୁ ମେ ୧୬ ମଧ୍ୟରେ ଗୃହ ଲିଷ୍ଟିଂ(ତାଲିକାକରଣ) କରାଯିବ। ଏହା ପରେ ତଥ୍ୟ ସଂଗ୍ରହ କରାଯାଇ ଏନ୍‌ପିଆର ପରିସଂଖ୍ୟାନ କରାଯିବ। ଏଥିପାଇଁ ଆବଶ୍ୟକ ପାଇଲଟ୍‌ କାର୍ଯ୍ୟାବଳୀ ସମାପ୍ତ ହୋଇଥିବା ଜଣାପଡିଛି। ସରକାର ଏନ୍‌ପିଆର ପଦ୍ଧତି ଦ୍ୱାରା ଆଧାର ନମ୍ବର, ଡ୍ରାଇଭିଂ ଲାଇସେନ୍ସ ନମ୍ବର ଏବଂ ପାନ୍‌ ସମ୍ପର୍କିତ ତଥ୍ୟ ସଂଗ୍ରହ କରିବେ ବୋଲି ଜଣାପଡିଛି। ଆସନ୍ତା ୨୦୨୧ ଫେବୃୟାରୀ ୯ରୁ ୨୮ ମଧ୍ୟରେ ଦେଶର ଜନଗଣନା ହେବାକୁ ଯାଉଛି। ଅପରପକ୍ଷରେ ରାଜ୍ୟ ସରକାରଙ୍କ ଏହି ପଦକ୍ଷେପକୁ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। କଂଗ୍ରେସ ନେତା ଶରତ ରାଉତ କହିଛନ୍ତି ଯେ,ସାରା ଭାରତକୁ ଭାଗଭାଗ କରିବା ପାଇଁ ଏକ ପରିବେଶ ସୃଷ୍ଟି କରାଯାଉଛି। ଦେଶରେ ଗୃହଯୁଦ୍ଧ ସହ ଜରୁରିକାଳୀନ ପରିସ୍ଥିତି ସୃଷ୍ଟି କରାଯାଉଛି। ଏହା ଦ୍ୱାରା ସାଧାରଣ ମଣିଷର କିଛି ଉପକାର ହେବ ନାହିଁ ବୋଲି ଶରତ କହିଛନ୍ତି। ଅପରପକ୍ଷରେ ବିଜେଡି ଏହାକୁ ଖଣ୍ଡନ କରିଛି। ବିଜେଡି ବିଧାୟକ ପ୍ରତାପ ଦେବ କହିଛନ୍ତି ଯେ, ଏନ୍‌ପିଆର-ସିଏଏ-ଏନ୍‌ଆରସି ମଧ୍ୟରେ କୌଣସି ସମ୍ପର୍କ ନାହିଁ। କେତେକ ରାଜନେତା ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି। ଉପଲବ୍ଧ ତଥ୍ୟ ଅନୁଯାୟୀ ଏହି ପ୍ରକ୍ରିୟା ଦ୍ୱାରା ଏନ୍‌ପିଆର ସଦ୍ୟ ତଥ୍ୟାବଳୀକୁ ନେଇ ତାଲିକା ନବୀକରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri