Posted inଜାତୀୟ

ଏନ୍‌ବିଟିର ଷ୍ଟେହୋମ୍‌ ଇଣ୍ଡିଆ ଉଇଥ୍‌ ବୁକ୍‌ସ ଟ୍ରେଣ୍ଡ

ନୂଆଦିଲ୍ଲୀ, ୨୬।୩- ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରୁଥିବା କରୋନା ଭାଇରସ୍‌ ସଂକ୍ରମଣ ରୋକିବା ସକାଶେ ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ ସହ ବହୁ କାର୍ଯ୍ୟାଳୟ ବନ୍ଦ ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କେତେକ ସ୍କୁଲ ପାଠ୍ୟକ୍ରମ ଶେଷ କରିବା ସକାଶେ ଏକ୍ସଟ୍ରା କ୍ଲାସର ବ୍ୟବସ୍ଥା କରାଇଥିବା ବେଳେ ଅନେକ ସ୍କୁଲ କର୍ତ୍ତୃପକ୍ଷ ଏ ନେଇ କୌଣସି ବନ୍ଦୋବସ୍ତ କରିନାହାନ୍ତି। ତେବେ କ୍ୱାରାଣ୍ଟାଇନ୍‌ ସମୟ ଅତିବାହିତ କରିବା ପାଇଁ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ (ଏଚ୍‌ଆର୍‌ଡି) ଓ ନ୍ୟାଶନାଲ ବୁକ୍‌ ଟ୍ରଷ୍ଟ (ଏନ୍‌ବିଟି) ପକ୍ଷରୁ ଏକ ନୂତନ ପ୍ରୟାସ ଆରମ୍ଭ କରାଯାଇଛି। ଏଚ୍‌ଆର୍‌ଡି ଓ ଏନ୍‌ବିଟି ପକ୍ଷରୁ ହାସ୍‌ଟ୍ୟାଗ୍‌ ଷ୍ଟେହୋମ୍‌ ଇଣ୍ଡିଆ ଉଇଥ୍‌ ବୁକ୍‌ସ ଟ୍ରେଣ୍ଡ ଆରମ୍ଭ ହୋଇଛି, ଯେଉଁଥିରେ ପିଲାମାନେ କେତେକ ସିଲେକ୍ଟେଡ୍‌ ଓ ବେଷ୍ଟ ସେଲିଂ ବହି ସାମିଲ କରାଯାଇଛି। କ୍ୱାରାଣ୍ଟାଇନରେ ରହିଥିବା ବେଳେସ୍କେୁଲ ପିଲାମାନେ ଉକ୍ତ ବହିଗୁଡ଼ିକୁ ମାଗଣାରେ ଡାଉନ୍‌ଲୋଡ୍‌ କରି ପଢ଼ିପାରିବେ। ଏନ୍‌ବିଟି ଓ୍ବେବ୍‌ସାଇଟ୍‌ (https://nbtindia.gov.in.)ରୁ ବିନା ଦେୟରେ ବହି ଡାଉନଲୋଡ୍‌ କରିହେବ। ଏହି ସାଇଟ୍‌ରେ ଓଡ଼ିଆ, ଇଂଲିଶ୍‌, ହିନ୍ଦୀ, ବଙ୍ଗଳା, ଅସମିୟା, ଗୁଜରାଟୀ, ମାଲାୟାଲମ, ମରାଠି, ମିଜୋ, ପଞ୍ଜାବୀ, ତାମିଲ, ଉର୍ଦ୍ଦୁ, କନ୍ନଡ ଆଦି ଭାଷାରେ ଲେଖାଯାଇଥିବା ବହି ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri