ଏନ୍‌ସେଫାଲାଇଟିସ୍‌ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ

ଅନୁଗୋଳ ଅଫିସ, ୧୯ା୧୦

ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଏଥିରେ ଅଧ୍ୟକ୍ଷତା କରି ଟିକାକରଣ ଅଭିଯାନର କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ କରିବା ସହ ଜଣେ ବି ପିଲା ଯେପରି ଏଥିରୁ ବାଦ୍‌ ନ ପଡ଼ନ୍ତି ସେଥିପ୍ରତି ବିଭାଗୀୟ ଅଧିକାରୀମାନେ ବିଶେଷ ଯନତ୍ବାନ ହେବାକୁ ପରାମର୍ଶ ଦେଇଛନ୍ତି। ମିଳିମିଳା ଓ ରୁବେଲା କାର୍ଯ୍ୟକ୍ରମ ଭଳି ଏହି କାର୍ଯ୍ୟକ୍ରମକୁ ଶତ ପ୍ରତିଶତ ସଫଳ କରିବାକୁ ଗୁରୁତ୍ୱ ଦିଆଯାଇଥିଲା। ଆସନ୍ତା ନଭେମ୍ବର ୧୧ ତାରିଖରୁ ଏହି ଟିକାକରଣ ଅଭିଯାନ ଆରମ୍ଭ ହୋଇ ଡିସେମ୍ବର ୧୦ ପର୍ଯ୍ୟନ୍ତ ଚାଲିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା।
ମାଲକାନଗିରିରେ ୨୦୦୪ରେ ମାରାତ୍ମକ ଜାପାନିଜ ଏନ୍‌ସେଫାଲାଇଟିସ୍‌ ରୋଗରେ ୧୦୩ ଜଣ ପିଲା ମୃତ୍ୟୁମୁଖରେ ପଡ଼ିଥିଲେ। ପରେ ରୋଗର ଭୟାବହତା ସମ୍ପର୍କରେ ଜିଲାସ୍ତରରେ ସଚେତନତା ଅଭିଯାନ ଆରମ୍ଭ ହୋଇଛି। ଅନୁଗୋଳରେ ଏ ପର୍ଯ୍ୟନ୍ତ କେହି ଆକ୍ରାନ୍ତ ହେବାର ସୂଚନା ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତିଷେଧକ ବ୍ୟବସ୍ଥା ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଜିଲାର ୧୯୬୬ଟି ବିଦ୍ୟାଳୟରେ ୩ ଲକ୍ଷ ୬୪ ହଜାର ପିଲାମାନଙ୍କୁ (୧ରୁ ୧୫ ବର୍ଷ ପର୍ଯ୍ୟନ୍ତ) ଏହି ଟିକା ପ୍ରଦାନ କରାଯିବ। ଟିକାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନ ଥିବା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବାକୁ ଅତିରିକ୍ତ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏଥିସହ ସବୁସ୍ତରର ଲୋକଙ୍କ ନିକଟରେ କିପରି ସଚେତନତା ବାର୍ତ୍ତା ପହଞ୍ଚିପାରିବ ସେ ଦିଗରେ ମଧ୍ୟ ସେ ଗୁରୁତ୍ୱ ଦେଇଥିଲେ। ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ଅଙ୍ଗନୱାଡି କେନ୍ଦ୍ର ଓ ବିଭିନ୍ନ ଗୋଷ୍ଠୀ କେନ୍ଦ୍ର ଗୁଡ଼ିକରେ ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସର୍ଭେଲାନ୍ସ ମେଡିକାଲ ଅଫିସର ଡା. ସନ୍ତୋଷ କୁମାର ସାହୁ ସାଧନକର୍ମୀ ଭାବେ ଯୋଗଦେଇ ପାୱାର ପଏଣ୍ଟ ମାଧ୍ୟମରେ ଏହି ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ମଶା, ଘୁଷୁରି, ମାଛରଙ୍କା ଚଢେଇ, ବତକ ଏହି ରୋଗର ବାହକ ଅଟନ୍ତି। ଧାନ ଚାଷ ହେଉଥିବା ବିଲରେ ପାଣି ଜମି ରହିଲେ ସେଠାରେ ଏହି ମଶା ସେଠାରେ ବଂଶ ବିସ୍ତାର କରିଥାନ୍ତି ବୋଲି ସେ ପ୍ରକାଶ କରିଥିଲେ। ଜିଲା ଯକ୍ଷ୍ମା ନିରାକରଣ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ଏହି ଅଭିଯାନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଅମରେନ୍ଦ୍ରନାଥ ମହାନ୍ତି ଟିକାକରଣ ଅଭିଯାନକୁ ସମ୍ମିଳିତ ଭାବେ ସଫଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଡିଏମ୍‌ଓ (ଜନସ୍ବାସ୍ଥ୍ୟ) ଡା. ରାକେଶ କୁମାର ସାହୁ, ୟୁନିସେଫ୍‌ର ପୁଷ୍ଟି ପରାମର୍ଶଦାତା ପ୍ରିୟବ୍ରତ ଦାସଙ୍କ ସମେତ ଜିଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗର କର୍ମକର୍ତ୍ତା ଓ ଜିଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ଶେଷରେ ଡିପିଏମ୍‌ଏନ୍‌ଏଚ୍‌ଏମ୍‌ ବିଶ୍ୱ ରଞ୍ଜନ ରଥ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri