ଏପ୍ରିଲ ଶେଷ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ଡାକ୍ତରଙ୍କ ପାଇଁ ଖୁସି ଖବର। ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ଡାଇନାମିକ୍‌ ଆସ୍ୟୁୟର୍ଡ କ୍ୟାରିୟର ପ୍ରୋଗ୍ରେଶନ (ଡିଏସିପି) ଲାଗୁ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଓଡ଼ିଶା ମେଡିକାଲ ଓ ସ୍ବାସ୍ଥ୍ୟ ସେବା କ୍ୟାଡରର ମେଡିକାଲ ଅଫିସରଙ୍କ ପାଇଁ ଡିଏସିପିକୁ ତତ୍କାଳ ଲାଗୁ କରାଯିବ। କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ରୋକିବା ଓ ଏହାର ପରିଚାଳନା ଦିଗରେ ଓଡ଼ିଶା ମେଡିକାଲ ଓ ସ୍ବାସ୍ଥ୍ୟ ସେବା କ୍ୟାଡରର ମେଡିକାଲ ଅଫିସରମାନେ ଏବେ ପ୍ରମୁଖ ଭୂମିକା ତୁଲାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଡିଏସିପି ଯୋଜନା ଅନ୍ତର୍ଗତ ସେମାନଙ୍କ ପଦୋନ୍ନତିକୁ ତ୍ୱରାନ୍ବିତ କରିବା ନିମନ୍ତେ ନିୟମରେ ଗୋଟିଏଥର କୋହଳ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଡିଏସିପି ପାଇଁ ଡାକ୍ତରମାନେ ବର୍ଷବର୍ଷ ଧରି ଦାବି କରି ଆସୁଥିଲେ। ସାଧାରଣ ନିର୍ବାଚନର ୪ମାସ ପୂର୍ବରୁ ଡାକ୍ତରଙ୍କ ଡିଏସିପି ଦାବିକୁ ମୁଖ୍ୟମନ୍ତ୍ରୀ ଗ୍ରହଣ କରିଥିଲେ। କିନ୍ତୁ ପରଫର୍‌ମାନ୍ସ ଆପ୍ରାଇଜାଲ ରିପୋର୍ଟ(ପିଏଆର) ଆବଶ୍ୟକ ଥିବାରୁ ଡାକ୍ତରମାନେ ପଦୋନ୍ନତି ପାଇପାରୁ ନ ଥିଲେ। ତେବେ ବର୍ତ୍ତମାନ ଜରୁରୀ ପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହି ପିଏଆରକୁ ଗୋଟିଏଥର ପାଇଁ କୋହଳ କରିଛନ୍ତି। ଏହି ସମସ୍ତ ପ୍ରକ୍ରିୟା ଏପ୍ରିଲ ୩୦ ତାରିଖ ସୁଦ୍ଧା ଶେଷ କରିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ମନୋବଳ ବୃଦ୍ଧି ପାଇଁ ଆଗୁଆ ୪ମାସର ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri