ଏପ୍ରିଲ ସୁଦ୍ଧା ଭାରତରେ ହୋଇପାରେ ଇଟାଲି ସ୍ଥିତି

ମୁମ୍ବାଇ,୨୪ା୩(ଆଇଏନ୍‌ଏସ୍‌): କୋଭିଡ-୧୯ ଭୂତାଣୁ ଭାରତରେ ଯେଉଁଭଳି ବ୍ୟାପିବାରେ ଲାଗିଛି, ଏହା ମାସକ ମଧ୍ୟରେ ଦେଶରେ ବଡ଼ଧରଣର ମେଡିକାଲ ବିପର୍ଯ୍ୟୟ ସୃଷ୍ଟି ହୋଇପାରେ। ଏଥିପାଇଁ ଅନ୍ତତଃ ଦୁଇସପ୍ତାହ ଜନତା କର୍ଫ୍ୟୁ କାର୍ଯ୍ୟକାରୀ ହେବା ଜରୁରୀ ବୋଲି ଜଣେ ମାଇକ୍ରୋବାୟୋଲୋଜିଷ୍ଟ ସତର୍କ କରାଇଦେଇଛନ୍ତି। ସାମାଜିକ ଦୂରତ୍ୱକୁ ଯଦି ଗୁରୁତର ଭାବେ କାର୍ଯ୍ୟକାରୀ କରା ନ ଯାଏ, ତେବେ ଏପ୍ରିଲ ଶେଷ ସୁଦ୍ଧା ହସ୍ପିଟାଲଗୁଡ଼ିକ ରୋଗୀରେ ଭର୍ତ୍ତି ହୋଇଯାଇପାରେ। ଭାରତରେ ଇଟାଲି ଓ ଇରାନ ଭଳି ସ୍ଥିତି ସୃଷ୍ଟି ହୋଇପାରେ ବୋଲି ଭାରତର ମାଇକ୍ରୋବାୟୋଲୋଜିଷ୍ଟ ସୋସାଇଟି (ଏମ୍‌ଏସ୍‌ଆଇ)ର ଅଧ୍ୟକ୍ଷ ଏ.ଏମ୍‌. ଦେଶମୁଖ ଆଶଙ୍କା ବ୍ୟକ୍ତ କରିଛନ୍ତି। ସେତେବେଳକୁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବ ବୋଲି ସେ କହିଛନ୍ତି। କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ନିର୍ଦ୍ଦେଶନାମା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ଦେଶମୁଖ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ସଂସ୍ପର୍ଶରେ ଆସିବା ଭୂତାଣୁ ସଂକ୍ରମଣର ସବୁଠୁ ବଡ଼ ବିପଦ ବୋଲି କୁହାଯାଉଛି। ସେଥିପାଇଁ ଅନୂ୍ୟନ ୧୪ ଦିନ ଦେଶରେ ଜନତା କର୍ଫ୍ୟୁ କାର୍ଯ୍ୟକାରୀ କରିବା ଲାଗି ଏମ୍‌ଏସ୍‌ଆଇ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।
ଦେଶମୁଖଙ୍କ କହିବା ଅନୁଯାୟୀ, କୋଭିଡ-୧୯ ଭୂତାଣୁ ସକ୍ରିୟ ହେବା ସମୟ ୧୪ ଦିନ। ଏହା ପରେ ଯଦି ରୋଗୀଠାରେ କରୋନା ପଜିଟିଭ୍‌ ଆସେ ତେବେ ସେମାନଙ୍କୁ ଚାଇନା, ଇଟାଲି ଭଳି ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିବ। ତେଣୁ ୧୪ ଦିନ ସମ୍ପୂର୍ଣ୍ଣ ଘରେ ରହିବା ଦ୍ୱାରା ସଂକ୍ରମଣକୁ ରୋକାଯାଇପାରିବ ବୋଲି ଏମ୍‌ଏସ୍‌ଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri