ଏପ୍ରିଲ ୧ରେ ଲକ୍ଷେ ପ୍ରେରଣା ଗ୍ରୀନ୍‌ ଆର୍ମିଙ୍କ ସମାବେଶ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ): ବିପ୍ଲବର ମାଟି ଖୋର୍ଦ୍ଧା। ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୁ। ଏବେ ସମଗ୍ର ବିଶ୍ୱର ମହାସଙ୍କଟ ହେଉଛି, କ୍ଲାଇମେଟ ଚେଞ୍ଜ, ଗ୍ଲୋବାଲ ୱାରମିଂ, ପରିବେଶ ପ୍ରଦୂଷଣ ଆଦି ସମସ୍ୟା। ଏହାର ପ୍ରଭାବରେ ପୃଥିବୀର ବହୁ ଜୀବଜନ୍ତୁ ଲୋପ ପାଇ ଗଲେଣି। ପରିବେଶ ବିଜ୍ଞାନୀମାନେ ମତ ଦେଉଛନ୍ତି, ଯଦି ଏବେଠାରୁ ବ୍ୟାପକ ବୃକ୍ଷରୋପଣ କରା ନ ଯାଏ, ତେବେ ପୃଥିବୀ ପୃଷ୍ଠରେ ଜୀବଜଗତର ଆୟୁଷ ଆଉ ବେଶୀ ଦିନ ନୁହେଁ। ବିଶ୍ୱ ବଞ୍ଚାଅ ଅଭିଯାନକୁ ଉଦ୍‌ଘାଟନ କରି ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତ କହିଛନ୍ତି। ବିଶେଷ କରି ବୃକ୍ଷ ରୋପଣ ଓ ପରିବେଶ ସୁରକ୍ଷା ପାଇଁ ଯୁବକମାନେ ଗୁରୁତର ସହ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରେରଣା ଇଣ୍ଟରନ୍ୟାଶନାଲ ଗ୍ରୀନ୍‌ ଆର୍ମିର କମାଣ୍ଡଣ୍ଟ ଇନ୍‌ ଚିଫ୍‌ ଡ. ଦିଲୀପ ଶ୍ରୀଚନ୍ଦନ ଏଥିରେ ସଭାପତିତ୍ୱ କରିଥିଲେ। ସେ କହିଲେ, ବୁଧବାରଠାରୁ ବୃକ୍ଷରୋପଣ ଓ ପରିବେଶ ସୁରକ୍ଷା ପାଇଁ ଖୋର୍ଦ୍ଧାରୁ ଜନଜାଗରଣ ଅଭିଯାନ ଆରମ୍ଭ ହେଲା। ଏହା ରାଜ୍ୟର ପ୍ରତ୍ୟେକ ଜିଲା ସଦର ମହକୁମା, ସବ୍‌ଡ଼ିଭିଜନ୍‌, ବ୍ଲକ ଓ ପଞ୍ଚାୟତ ସ୍ତରରେ କରାଯାଇ ଏପ୍ରିଲ ୧ରେ ଭୁବନେଶ୍ୱରରେ ୧ ଲକ୍ଷ ଗ୍ରୀନ ଆର୍ମିଙ୍କ ସମାବେଶ କରାଯିବ। ସେହିପରି ଜୁଲାଇ ୧ରେ ସମଗ୍ର ଓଡ଼ିଶାରେ ବନ ମହୋତ୍ସବ ପାଳନ କରାଯାଇ ଗ୍ରୀନ ଆର୍ମିମାନେ ଛାତ୍ର, ଯୁବକ, ବୁଦ୍ଧିଜୀବୀ, ସାମାଜିକ କର୍ମୀ, କଳାକାର, କ୍ରୀଡ଼ାବିତ୍‌, ଆଇନଜୀବି ଆଦିଙ୍କ ସହଯୋଗରେ ୧ କୋଟି ବୃକ୍ଷ ରୋପଣ କରିବେ। ଏହି ସମାବେଶରେ ଖୋର୍ଦ୍ଧା ଜିଲା ପରିଷଦର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦଳେଇ, ବାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରକାଶ ସାମନ୍ତରାୟ, ଆଇନଜୀବୀ ଶିଶିର ପରିଡ଼ା, ନରେନ୍ଦ୍ର ଜିତ୍‌ସିଂହ, ବିଜୟ କୁମାର ସାମନ୍ତସିଂହାର, ଲକ୍ଷ୍ମଣ ପରିଡ଼ା ଦିବ୍ୟନାରାୟଣ ସ୍ବାଇଁ, ରମାକାନ୍ତ ମହାପାତ୍ର ପ୍ରମୁଖ ବକ୍ତବ୍ୟ ପ୍ରଦାନ କରି ଯୁବ ସମାଜ ବହୁସଂଖ୍ୟାରେ ଗ୍ରୀନ୍‌ ଆର୍ମିରେ ସାମିଲ ହୋଇ ଏହି ଅଭିଯାନକୁ ସଫଳ କରିବାକୁ ପରାମର୍ଶ ଦେଇଥିଲେ। ପରେ ଛାତ୍ର, ଯୁବକ, ଆଇନଜୀବୀ, କ୍ରୀଡ଼ାବିତ୍‌ ତଥା ସମାଜର ପ୍ରତ୍ୟେକ ବର୍ଗର ବ୍ୟକ୍ତିମାନଙ୍କୁ ନେଇ ଶୋଭାଯାତ୍ରା ଖୋର୍ଦ୍ଧା ସହର ପରିକ୍ରମା କରିଥିଲା। ଶେଷରେ ୧ ହଜାରରୁ ଅଧିକ ଗ୍ରୀନ ଆର୍ମି ଖୋର୍ଦ୍ଧାରୁ ଆରମ୍ଭ ହୋଇଥିବା ବିଶ୍ୱ ବଞ୍ଚାଅ ଅଭିଯାନରେ ସାମିଲ ହୋଇ ବୃକ୍ଷରୋପଣ ଓ ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରିବାକୁ ଖୋର୍ଦ୍ଧା ରାଜ୍ୟର ପ୍ରତିଷ୍ଠାତା ଗଜପତି ରାମଚନ୍ଦ୍ର ଦେବଙ୍କ ପ୍ରତିମୂର୍ତ୍ତି ନିକଟରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri