ଏପ୍ରିଲ ୧୫ ଯାଏ ମା’ ବିରଜାଙ୍କ ସାଧାରଣ ଦର୍ଶନ ବନ୍ଦ

ଯାଜପୁର ଅଫିସ୍‌,୧୮।୩: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିରରେ ବୁଧବାରଠାରୁ ଏପ୍ରିଲ ୧୫ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ମାତ୍ର ମା’ଙ୍କ ନୀତିକାନ୍ତିରେ କୌଣସି ପରିବର୍ତ୍ତନ ହେବନାହିଁ। ନିଜ ନିଜ ପାଳିରେ ସେବାୟତମାନେ ମା’ଙ୍କ ପୂଜା କରିବେ। ଏ ନେଇ ବୁଧବାର ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ମନ୍ଦିର ସେବାୟତଙ୍କୁ ଡକାଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଘୋଷଣା କରିଛନ୍ତି।
ସେହିପରି ଜିଲାରେ ୧୪୪ ଧାରା ବଳବତ୍ତର ରହିଛି। ୨୧ ତାରିଖରେ ହେବାକୁ ଥିବା ବାରୁଣୀ ମେଳା ଓ ବୁଡ଼ସ୍ଥାନ ଏବଂ ଏହାର ଆଖପାଖ ଅଞ୍ଚଳରେ ୧୪୪ ଧାରାକୁ କଡ଼ାକଡ଼ି କରାଯାଇଛି। ତେଣୁ ମା’ ବିରଜା ମନ୍ଦିରକୁ ନ ଯିବାକୁ ଶ୍ରଦ୍ଧାଳୁମାନଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ବାରୁଣୀ ବୁଡ଼କୁ ନ ଆସିବା ଲାଗି ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri