Posted inଜାତୀୟ

ଏପ୍ରିଲ ୩୦ରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ବଦ୍ରିନାଥଙ୍କ କବାଟ

ଡେରାଡୁନ,୨୯।୧: ଉତ୍ତରାଖଣ୍ଡର ହିମାଳୟରେ ଅବସ୍ଥିତ ବିଶ୍ୱ ପ୍ରସିଦ୍ଧ ବଦ୍ରିନାଥଙ୍କ ମନ୍ଦିର କିଛି ମାସ ହେଲା ବନ୍ଦ ରହିଛି। ତେବେ ଶ୍ରଦ୍ଧାଳୁଙ୍କ ପାଇଁ ଏହି ମନ୍ଦିରର ଦ୍ୱାର ଏପ୍ରିଲ ୩୦ରୁ ଖୋଲାଯିବ ବୋଲି ସୂଚନା ମିଳିଛି। ବୁଧବାର ବସନ୍ତ ପଞ୍ଚମୀ ଅବସରରେ ଟିହରି ଜିଲାର ନରେନ୍ଦ୍ରନଗରସ୍ଥିତ ଟିହରି ରାଜଦରବାରର ଜ୍ୟୋତିର୍ବିଦ୍‌ ଏହି ତିଥି ବାହାର କରିଥିବା ଜଣାପଡ଼ିଛି। ଏପ୍ରିଲ ୩୦ର ବ୍ରାହ୍ମ ମୁହୂର୍ତ୍ତରେ ଭଗବାନ ବଦ୍ରିନାଥଙ୍କ ମହାଭିଷେକ କରାଯିବ। ଏହି ମହାଭିଷେକ ରାଶି ତେଲରେ କରାଯାଉଥିବାରୁ ଏହାକୁ ପେଡ଼ିବା ପାଇଁ ଏପ୍ରିଲ ୧୮ ତାରିଖକୁ ଧାର୍ଯ୍ୟ କରାଯାଇଛି। ଶୀତଋତୁ ସମୟରେ ଏଠାକାର ସ୍ଥାନ ବରଫ ଚାଦରରେ ଆଚ୍ଛାଦିତ ହୋଇଯାଉଥିବାରୁ ଏହି ସମୟରେ ପ୍ରତ୍ୟେକ ବର୍ଷ ବଦ୍ରିନାଥ କବାଟ ବନ୍ଦ କରାଯାଇଥାଏ। ହେଲେ ପ୍ରତ୍ୟେକ ବର୍ଷ ଭିନ୍ନ ଭିନ୍ନ ତାରିଖରେ ଏହି କବାଟ ବନ୍ଦ ହୋଇଥାଏ। ଗତବର୍ଷ ନଭେମ୍ବର ୧୭ ବିଜୟା ଦଶମୀ ଅବସରରେ ଏକ ସ୍ବତନ୍ତ୍ର ସମାରୋହର ଆୟୋଜନ କରାଯାଇ ମନ୍ଦିର କବାଟ ବନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri