ଏପ୍ରିଲ ୭ ସୁଦ୍ଧା ରାଜ୍ୟ ହେବ କରୋନା ମୁକ୍ତ: କେସିଆର

ହାଇଦ୍ରାବାଦ,୩୦।୩: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ତେଲେଙ୍ଗାନାରେ କରୋନା ଭାଇରସ୍‌ରେ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିବା ପରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ। ସେ କହିଛନ୍ତି, ତେଲେଙ୍ଗାନାରେ ଏପ୍ରିଲ ୭ ସୁଦ୍ଧା କରୋନା ଭାଇରସ୍‌ ସଂକ୍ରମଣ ବା କୋଭିଡ-୧୯ ସମ୍ପୂର୍ଣ୍ଣ ମୁକ୍ତ ହୋଇଯିବ। ଯଦି ଏହାରି ଭିତରେ କୌଣସି ନୂଆ ମାମଲା ନ ଆସେ ତେବେ ଏପ୍ରିଲ ୭ ସୁଦ୍ଧା ରାଜ୍ୟ କରୋନା ମୁକ୍ତ ହୋଇଯିବ। ରବିବାର ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି ଏଭଳି ବୟାନ ଦେଇଛନ୍ତି କେ. ଚନ୍ଦ୍ରଶେଖର। ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଭାଇରସ୍‌ରେ ୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସଂକ୍ରମିତଙ୍କ ମଧ୍ୟରୁ କେତେକ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ୫୮ ରୋଗୀଙ୍କ ଚିକିତ୍ସା ଚାଲିଛି। ସେହିପରି ଅନ୍ୟଦେଶରୁ ତେଲେଙ୍ଗାନାକୁ ଆସିଥିବା ୨୫,୯୩୭ ଲୋକଙ୍କ ଉପରେ ସରକାର ନଜର ରଖିଛନ୍ତି ବୋଲି କେସିଆର କହିଛନ୍ତି। ତେବେ ବାହାରୁ ଆସିଥିବା ସମସ୍ତ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ବେଳେ ଏହାର ଅବଧି ଏପ୍ରିଲରେ ସରୁଛି। ତେଣୁ ଏହାକୁ ଦେଖି କେସିଆର ଆକଳନ କରିଛନ୍ତି ଯେ, ଯଦି ଏହାରି ଭିତରେ କୌଣସି ନୂଆ ରୋଗୀ ଚିହ୍ନଟ ନ ହୁଅନ୍ତି, ତେବେ ଖୁବ୍‌ଶୀଘ୍ର ରାଜ୍ୟ କରୋନା ମୁକ୍ତ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri