ଏଫଏମ୍‌ ସ୍ବୟଂଶାସିତ କଲେଜ: ପ୍ରକାଶ ପାଇଲା ସ୍ନାତକ, ସ୍ନାତକୋତ୍ତର ପରୀକ୍ଷା ଫଳ

ବାଲେଶ୍ୱର ଅଫିସ, ୧୧।୬- ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ ୮୨୨ଜଣ ପରୀକ୍ଷା ଦେଇଥିଲେ। ପ୍ରଥମ ଶ୍ରେଣୀରେ ମୋଟ ୪୯୮ଜଣ, ଦ୍ୱିତୀୟ ଶ୍ରେଣୀରେ ୨୦୯ଜଣ ଓ ତୃତୀୟ ଶ୍ରେଣୀରେ ୩୮ଜଣ ଛାତ୍ରୀଛାତ୍ର ମୋଟ ୭୭୦ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଚଳିତବର୍ଷ ପାସ୍‌ ହାର ୯୪ ଶତକଡ଼ା ରହିଛି।
କଳା ବିଭାଗର ଅର୍ଥନୀତିରେ ରଶ୍ମିତା ବେହେରା, ଶିକ୍ଷାରେ ଓମ୍‌ ସ୍ବରୂପ ତ୍ରିପାଠୀ, ଇଂରାଜୀରେ ମନିକା ସାହା, ଇତିହାସରେ ଆଶିଷ କୁମାର, ଓଡ଼ିଆରେ ଜୟଦେବ ଗିରି, ଦର୍ଶନରେ ଲୋପାମୁଦ୍ରା ପତି, ସଂସ୍କୃତରେ ସୁସ୍ମିତା ନାୟକ, ରାଜନୀତି ବିଜ୍ଞାନରେ ମାସୁମ ପ୍ରିୟଦର୍ଶନୀ ବେହେରା, ହିନ୍ଦୀରେ ମାସକୁଦା ବାନୁ ବେଗମ୍‌, ମନସ୍ତତ୍ତ୍ୱରେ ଶତାଦ୍ଦୀ ଦାସଅଧିକାରୀ, ସମାଜ ବିଜ୍ଞାନରେ ମୁବାସିର ରୁକ୍‌ ସାନା, ଉର୍ଦ୍ଦୁରେ ଫର୍ଜନା ଖଶତୁନ୍‌, ନୃତତ୍ତ୍ୱରେ ଆରତୀ ସ୍ବାଇଁ ଓ ଭୂଗୋଳରେ ସତ୍ୟ ପ୍ରକାଶ ଭଞ୍ଜ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ବିଜ୍ଞାନ ବିଭାଗର ଉଦ୍ଭିଦ ବିଜ୍ଞାନରେ ପ୍ରୀତିସୁଧା ମହାପାତ୍ର, ରସାୟନ ବିଜ୍ଞାନରେ ଚିନ୍ମୟ କୁମାର ରଣା, କମ୍ପ୍ୟୁଟର ବିଜ୍ଞାନରେ ଶ୍ୱେତା ମହାପାତ୍ର, ଗଣିତରେ ଅକ୍ଷୟ କୁମାର ଜେନା, ପଦାର୍ଥ ବିଜ୍ଞାନରେ ଅସୀମା ବାରିକ୍‌, ପ୍ରାଣୀ ବିଜ୍ଞାନରେ ପ୍ରଜ୍ଞା ପାରମିତା ଦାଶ ଏବଂ ଭୂତତ୍ତ୍ୱରେ ଶ୍ରୁତିରଞ୍ଜନ ପ୍ରହରାଜ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ବିବିଏରେ ଇନ୍ଦ୍ର ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିସହିତ ବାଣିଜ୍ୟ ବିଭାଗରେ ୫୧ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପ୍ରଥମ ସ୍ଥାନରେ ୪୭, ଦ୍ୱିତୀୟ ଶ୍ରେଣୀରେ ଜଣେ ଉତ୍ତୀର୍ଣ୍ଣ ହୋଇଛି।
ସେହିପରି ସ୍ନାତକୋତ୍ତର ବିଭାଗର ଗଣିତରେ ୨୦ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୫ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ରୁଚିସ୍ମିତା ଦାସ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଆ ବିଭାଗରେ ୨୮ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ସମସ୍ତେ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଯୁଗ୍ମ ଭାବେ ପ୍ରଥମ ସ୍ଥାନ ହାସଲ କରିଛନ୍ତି ଚିନ୍ମୟ ଧଳ ଓ ଜ୍ୟୋତିର୍ମୟ ପୂଜାରୀ। ପଦାର୍ଥ ବିଜ୍ଞାନରେ ୧୧ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା େବେଳ ସମସ୍ତେ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ରୋଜାଲିନ ପାତ୍ର ପ୍ରଥମ ହୋଇଛନ୍ତି। ରାଜନୀତି ବିଜ୍ଞାନରେ ୨୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ପ୍ରଥମ ଶ୍ରେଣୀରେ ୨୪ ଓ ଦ୍ୱିତୀୟ ଶ୍ରେଣୀରେ ୪ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସରୋଜ କୁମାର ବେହେରା ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri