Posted inଖେଳ

ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ: ଆଜିଠାରୁ ଟିକେଟ ବିକ୍ରି ଆଉଟଲେଟ, ବକ୍ସ ଅଫିସରେ ମିଳିବ ଟିକେଟ

ଭୂବନେଶ୍ୱର, ୧୭।୧୦(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆଉ ଦୁଇ ସପ୍ତାହ ପରେ ଆୟୋଜନ ହେବାକୁ ଯାଉଛି ଅନ୍ତଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ) ଅଲିମ୍ପିକ୍‌ କ୍ୱାଲିଫାୟର୍ସ। ଏଥିରେ ଉଭୟ ଭାରତୀୟ ପୁରୁଷ ଓ ମହିଳା ଦଳ ୨୦୨୦ ଟୋକଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବାକୁ ପଡିଆକୁ ଓହ୍ଲାଇବେ। ଗୁରୁବାରଠାରୁ କଳିଙ୍ଗ ଷ୍ଟାଡିୟମ ବକ୍ସ ଅଫିସ୍‌ରେ ଟିକେଟ ବିକ୍ରି ଆରମ୍ଭ ହେବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଏଥିସହିତ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଥିବା ଆଉଟ୍‌ଲେଟ୍‌ରେ ମଧ୍ୟ ଟିକେଟ ବିକ୍ରି ହେବ ବୋଲି କୁହାଯାଇଛି। ଷ୍ଟାଡିୟମର ୯ ନମ୍ବର ଗେଟ୍‌ ସ୍ଥିତ ବକ୍ସ ଅଫିସ୍‌ରେ ଟିକେଟ ମିଳିବ। ନଭେମ୍ବର ୧ ଓ ୨ ତାରିଖରେ ଖେଳାଯିବାକୁ ଥିବା ମ୍ୟାଚ୍‌ ପାଇଁ ଯେଉଁ ପ୍ରଶଂସକମାନେ ଅନ୍‌ଲାଇନ୍‌ରେ ଭାଉଚର କିଣିଛନ୍ତି ସେମାନେ ଷ୍ଟାଡିୟମର ୪ ନମ୍ବର ଗେଟ୍‌ ସ୍ଥିତ ରିଡେମ୍ପଶନ ସେଣ୍ଟରରେ ରିଡିମ କରିପାରବେ ବୋଲି କୁହାଯାଇଛି। ଗୁରୁବାରଠାରୁ ଦିନ ୧୧ଟା ଓ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କାଉଣ୍ଟର ଖୋଲା ରହିବ।
ଭାରତୀୟ ପୁରୁଷ ହକି ଦଳ ଏବେ ବିଶ୍ୱ ର଼୍ୟାଙ୍କିଙ୍ଗର ୫ ନମ୍ବର ସ୍ଥାନରେ ରହିଛି। ପୁରୁଷ ଦଳ ରୁଷିଆକୁ ୨ଟି ମ୍ୟାଚ୍‌ରେ ଭେଟିବ। ସେହିପରି ବିଶ୍ୱ ର଼୍ୟାଙ୍କିଙ୍ଗର ୯ ନମ୍ବର ସ୍ଥାନରେ ଥିବା ଭାରତୀୟ ମହିଳା ହକି ଦଳ ଆମେରିକାକୁ ୨ଟି ମ୍ୟାଚ୍‌ରେ ଭେଟିବ। ଇଷ୍ଟ ଷ୍ଟାଣ୍ଡ ପାଇଁ ଟିକେଟର ମୂଲ୍ୟ ୩୦୦, ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ପାଇଁ ଟିକେଟ ମୂଲ୍ୟ ୨୦୦ ରଖାଯାଇଛି। ସେହିପରି ଓ୍ବେଷ୍ଟ ଷ୍ଟାଣ୍ଡ ପାଇଁ ଟିକେଟର ମୂଲ୍ୟ ୫୦୦ ଟଙ୍କା ରଖାଯାଇଛି। ଆସନ୍ତା ୧୯ ଓ ୨୬ ତାରିଖରେ ଭାରତୀୟ ମହିଳା ହକି ଦଳରେ ପ୍ରାକ୍ଟିସ ସେସନ ଆୟୋଜନ ହେବ। ଏହା ପ୍ରଶଂସକଙ୍କ ପାଇଁ ଖେଲା ରହିବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ହକି ଇଣ୍ଡିଆ ଅଧ୍ୟକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ ଟିକେଟ ବିକ୍ରି ସଂକ୍ରାନ୍ତରେ ସୂଚନା ଦେଇଥିଲେ। କଳିଙ୍ଗ ଷ୍ଟାଡିୟମର ବହୁ ସଂଖ୍ୟାରେ ଘରୋଇ ଦର୍ଶକ ଭାରତୀୟ ଦଳକୁ ଚିୟର କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

ଟିକେଟ ମୂଲ୍ୟ
ଇଷ୍ଟ ଷ୍ଟାଣ୍ଡ- ୩୦୦ ଟଙ୍କା
ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ- ୨୦୦ ଟଙ୍କା
ଓ୍ବେଷ୍ଟ ଷ୍ଟାଣ୍ଡ- ୫୦୦ ଟଙ୍କା


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri