Posted inଖେଳ

ଏଫ୍‌ଆଇଏଚ୍‌ ମହିଳା ହକି ସିରିଜ ଫାଇନାଲ:ସେମିଫାଇନାଲରେ ଭାରତ

ହିରୋଶୀମା,୧୮।୬(ପିଟି)- ଏଠାରେ ଚାଲିଥିବା ଏଫ୍‌ଆଇଏଚ୍‌ ମହିଳା ହକି ସିରିଜ୍‌ ଫାଇନାଲ୍ସ ଟୁର୍ନାମେଣ୍ଟରେ ଭାରତୀୟ ଦଳ ବୃହତ୍‌ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି। ଗୁର୍‌ଜୀତ କୌରଙ୍କ ୪ ଗୋଲ ବଳରେ ଭାରତୀୟ ଦଳ ୧୧-୦ ବ୍ୟବଧାନରେ ଫିଜିକୁ ହରାଇ ଦେଇଛି। ଗୁର୍‌ଜୀତଙ୍କ ବ୍ୟତୀତ ମୋନିକା ଡବଲ୍ସ ଗୋଲ ଦେଇଥିବାବେଳେ ଲାଲରେମ୍‌ସିଆମି, ଅଧିନାୟିକା ରାଣୀ ରାମ୍‌ପାଲ, ବନ୍ଦନା କାଟାରିଆ, ଲିଲିମା ମିଞ୍ଜ ଓ ନବନୀତ କୌର ଗୋଟିଏ କରି ଗୋଲ ସ୍କୋର କରିଥିଲେ। ବିଶ୍ୱର ୯ମ ର଼୍ୟାଙ୍କ ଦଳ ମ୍ୟାଚ୍‌ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ନିମ୍ନ ର଼୍ୟାଙ୍କଧାରୀ ଦଳ ଉପରେ ପ୍ରଭାବ ବିସ୍ତାର କରି ଖେଳିଥିଲା। ୬୦ ମିନିଟ ବିଶିଷ୍ଟ ମ୍ୟାଚ୍‌ରେ ଭାରତ ପ୍ରତିପକ୍ଷ ଦଳର ସ୍କୋରିଂ ଅଞ୍ଚଳରେ ୭୪ ଥର ପ୍ରବେଶ କରିଥିଲା। ପ୍ରଥମ କ୍ୱାର୍ଟରର ୪ର୍ଥ ମିନିଟ୍‌ରେ ଲାଲରେମ୍‌ସିଆମିଙ୍କ ଫିଲ୍ଡ ଗୋଲ ଜରିଆରେ ଦଳର ଖାତା ଖୋଲିଥିଲେ। ଅଧିନାୟିକା ରାଣୀ ଦଳ ପାଇଁ ଦ୍ୱିତୀୟ ସଫଳତା ଆଣି ଦେଇଥିଲେ। ୧୦ମ ମିନିଟ୍‌ରେ ଦଳକୁ ମିଳିଥିବା ପେନାଲ୍ଟି କର୍ନରକୁ ସେ ଗୋଲରେ ପରିଣତ କରିଥିଲେ। ଏହାର ପର ମିନିଟ୍‌ରେ ମୋନିକା (୧୧ତମ ମିନିଟ୍‌) ଗୋଲ ଦେଇ ଦଳର ଅଗ୍ରଣୀ ବ୍ୟବଧାନକୁ ୩-୦ ବୃଦ୍ଧି କରାଇଥିଲେ। ଫରଓ୍ବାର୍ଡ ବନ୍ଦନା କାଟାରିୟା (୧୨ତମ) ଫିଲ୍ଡ ଗୋଲ ଦେଇଥିବାବେଳେ ଗୁର୍‌ଜୀତ (୧୪ତମ) ପେନାଲ୍ଟି କର୍ନର ଜରିଆରେ ସ୍କୋର କରିଥିଲେ। ଫଳରେ ପ୍ରଥମ କ୍ୱାର୍ଟର ସୁଦ୍ଧା ଭାରତ ୫-୦ ଗୋଲର ଅଗ୍ରଣୀ ହାସଲ କରି ନେଇଥିଲା। ଏହାପରେ ୧୯ , ୨୧ ଓ ୨୨ ତମ ମିନିଟ୍‌ରେ କ୍ରମାଗତ ୩ ଗୋଲ ଦେଇ ଗୁର୍‌ଜୀତ ବ୍ୟକ୍ତିଗତ ହ୍ୟାଟ୍ରିକ ପୂରଣ କରିଥିଲେ। ତୃତୀୟ କ୍ୱାର୍ଟର ଆରମ୍ଭରୁ ମିଡ୍‌ଫିଲ୍ଡର ମୋନିକା (୩୩ତମ) ଦଳ ଲାଗି ୯ମ ଗୋଲ ଦେଇଥିଲେ। ଏହି ଧାରାରେ ୫୧ତମ ମିନିଟ୍‌ରେ ଗୋଲ ଦେଇ ଓଡ଼ିଆ ଖେଳାଳି ଲିଲିମା ସାମିଲ ହୋଇଥିଲେ। ଏହାର ୬ମ ମିନିଟ୍‌ ପରେ ନବନୀତ ମ୍ୟାଚ୍‌ର ଅନ୍ତିମ ଗୋଲ ଦେଇଥିଲେ। ଭାରତୀୟ ଦଳ ଶନିବାର ତା’ର ସେମିଫାଇନାଲ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କା: ସଜାଗ ପୁରୁଷୋତ୍ତମପୁର ଜଳସମ୍ପଦ ବିଭାଗ, ନଦୀ-ନାଳକୁ ନ ଯିବା ପାଇଁ…

ପୁରୁଷୋତ୍ତମପୁର,୧୮ା୧୧(ସବିତା ମିଶ୍ର): ସାମୁଦ୍ରିକ ଝଡ଼ ‘ଅକ୍ୱାନ’କୁ ନେଇ ଆଶଙ୍କା ଦେଖାଦେଇଛି। ପୂର୍ବ ବନ୍ୟାର ଭୟ ମନରୁ ଲିଭି ନ ଥିବାବେଳେ ଆଉ ଏକ ସମ୍ଭାବ୍ୟ ବିପଦକୁ ନେଇ…

ଆଇପିଏଲରୁ ସନ୍ୟାସ ନେବା ପରେ ଧୋନୀଙ୍କୁ ପେନଶନ ଦେବ CSK? ଜାଣନ୍ତୁ କେତେ ଟଙ୍କା ମିଳିବ…

ନୂଆଦିଲ୍‌ଲୀ,୧୮।୧୧: କୁହାଯାଏ ଯେ ଜୀବନର ଆକାଶରେ କିଛି ଏପରି ନାମ ଲେଖାଯାଇଥାଏ, ଯାହା କେବଳ କିଛି ଅକ୍ଷର ହୋଇ ରହି ନଥାଏ, ବରଂ ଏକ ସମ୍ପୂର୍ଣ୍ଣ ଯୁଗର…

ମାଂସ କାଟୁଥିବା ବେଳେ ୩ ଅଭିଯୁକ୍ତ ଗିରଫ

ନୀଳଗିରି, ୧୮।୧୧(ପ୍ରଶାନ୍ତ ବିଶ୍ୱାଳ): କୁଲଡିହା ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ତେଣ୍ଡା (ହୁଡ଼ିସାହି) ଅଞ୍ଚଳରେ ବନ୍ୟପ୍ରାଣୀ ମାଂସ କାଟୁଥିବା ବେଳେ ୩ଜଣଙ୍କୁ ଗିରଫ କରିଛି ବନବିଭାଗ। ୱାଇଲ୍ଡଲାଇଫ୍‌ ବିଟ୍‌ର…

ସାକ୍ଷୀଗୋପାଳରେ ଅଁଳା ନବମୀ: ରାଧା ପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ,୧୮ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ପବିତ୍ର ଅଁଳା ନବମୀ ଅବସରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶ ଓ ରାଧା ପାଦ ଦର୍ଶନ ପାଇଁ…

ଗତିପଥ ବଦଳାଇଲା ବାତ୍ୟା: ଓଡ଼ିଶାର ଏହି ସ୍ଥାନରେ କରିବ ଲ୍ୟାଣ୍ଡଫଲ! ଆସିଲା ବଡ଼ ସୂଚନା

ଭୁବନେଶ୍ୱର, ୧୮।୧୧: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଅକ୍ୱାନ’। ବୁଧବାର ସକାଳ ୫ଟା ୩୦ ମିନିଟରେ ପର୍ଯ୍ୟବେକ୍ଷଣ ଅନୁଯାୟୀ, ଏହା ଭୀଷଣ ବାତ୍ୟାରେ ପରିଣତ…

ଶନିଙ୍କ ମାର୍ଗୀ ଚଳନ: ୨୦୨୭ ପୂର୍ବରୁ ୪ ରାଶିଙ୍କ ଘରକୁ ଆସିବ ଧନର ସୁଅ! ଚାକିରି-ବ୍ୟବସାୟରେ…

ଶନିଦେବଙ୍କୁ ନ୍ୟାୟ ଓ କର୍ମଫଳର ଦେବତା ବୋଲି ମାନାଯାଏ। ବ୍ୟକ୍ତିଙ୍କ କର୍ମ ଅନୁସାରେ ଶନିଦେବ ତାଙ୍କୁ ଫଳ ପ୍ରଦାନ କରିଥାନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଦେବ ଯେତେବେଳେ…

ଟିମ ଇଣ୍ଡିଆରେ ଫେରିବେ ଦୁଇ ଷ୍ଟାର୍‌ ଖେଳାଳି, ଆସନ୍ତାକାଲି ନ୍ୟୁଜିଲାଣ୍ଡ ସହ ଲଢ଼େଇ; ୯ ନୂଆ ମୁହଁଙ୍କୁ ସୁଯୋଗ!

ନୂଆଦିଲ୍ଲୀ, ୧୮।୧୧: ଟି-୨୦ ଓ ଦିନିକିଆ ସିରିଜ ଜିତିବା ପରେ ଏବେ ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡକୁ ଭେଟିବ ଟିମ ଇଣ୍ଡିଆ। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର, ୧୯ ନଭେମ୍ବରରୁ…

ତାମିଲନାଡ଼ୁରେ ବନ୍ଧକ ଥିବା ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲେ ସ୍ବାସ୍ଥ୍ୟମନ୍ତ୍ରୀ: ପରିବାରରେ ଖୁସିର ଲହରୀ

କେସିଙ୍ଗା,୧୮।୧୧(ତୁମେଶ୍ୱର ସାହୁ): ଦୀର୍ଘଦିନ ଧରି ତାମିଲନାଡ଼ୁର ଏକ ଡିଟରଜେଣ୍ଟ କାରଖାନାରେ ବନ୍ଧକ ଥିବା କଳାହାଣ୍ଡି ଜିଲାର ଦାଦନ ଶ୍ରମିକ ଦିନେଶ ମାଝୀ ଶେଷରେ ଉଦ୍ଧାର ହୋଇ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?