Posted inଖେଳ

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ପୋଲାଣ୍ଡକୁ ହରାଇ ଭାରତ ସେମିର ନିକଟତର

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୧ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ଫଳରେ କ୍ରମାଗତ ଦ୍ୱିତୀୟ ବିଜୟ ସହ ଭାରତ ସେମିଫାଇନାଲର ନିକଟତର ହୋଇଛି। ପ୍ରଥମ ମ୍ୟାଚରେ ମନପ୍ରୀତ ସିଂଙ୍କ ଦଳ ୧୦-୦ଗୋଲରେ ରୁଷିଆକୁ ପରାସ୍ତ କରିଥିଲା। ପୁଲ୍‌‘ଏ’ରେ ୬ ପଏଣ୍ଟ ସହିତ ଭାରତ ଶୀର୍ଷସ୍ଥାନ ଅଧିକାର କରିଥିବାବେଳେ ପୋଲାଣ୍ଡ ଓ ରୁଷିଆ ୨ଟି ଲେଖାଏ ମ୍ୟାଚ ଖେଳି ୩ ପଏଣ୍ଟ ଲେଖାଏ ପାଇଛନ୍ତି। ଭାରତ ୧୦ ତାରିଖରେ ଏହାର ଶେଷ ଲିଗ୍‌ ମ୍ୟାଚରେ ଉଜ୍‌ବେକିସ୍ତାନକୁ ଭେଟିବ। ୯ ତାରିଖରେ ପୋଲାଣ୍ଡ ଓ ରୁଷିଆ ମଧ୍ୟରେ ମୁକାବିଲା ହେବ। ଏହି ମ୍ୟାଚ ପରେ ପୁଲ୍‌‘ଏ’ର ସେମିଫାଇନାଲ ସ୍ଥିତି ସ୍ପଷ୍ଟ ହୋଇଯିବ। ଡବଲ ଗୋଲ ଦେଇ ଭାରତ ବିପକ୍ଷରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ମନପ୍ରୀତ ସାମାଜିକ ସୁରକ୍ଷା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡାଙ୍କଠାରୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ଗ୍ରହଣ କରିଥିଲେ। ଆରମ୍ଭରେ ପୋଲିସ କମିଶନର ସତ୍ୟଜିତ ମହାନ୍ତି ଅତିଥିଭାବେ ଯୋଗଦେଇ ଖେଳାଳିଙ୍କ ସହ ପରିଚିତ ହୋଇଥିଲେ।
ମ୍ୟାଚ ଆରମ୍ଭ ହେବାକ୍ଷଣି ଆକ୍ରମଣାତ୍ମକ ଖେଳି ଭାରତ ଉପରେ ଚାପ ପକାଇଥିଲା ପୋଲାଣ୍ଡ। ଫଳରେ ପ୍ରଥମ ମିନିଟରେ ହିଁ ଦଳ ପେନାଲ୍ଡି କର୍ନର ସୁଯୋଗ ସୃଷ୍ଟି କରିଥିଲା। ତେବେ ଗୋଲ ଦେବାରେ ଦଳ ସଫଳ ହୋଇ ନ ଥିଲା। ବିଶ୍ୱର ୫(ଭାରତ) ଓ ୨୧(ପୋଲାଣ୍ଡ) ର଼୍ୟାଙ୍କ୍‌ଧାରୀ ଦଳ ମଧ୍ୟରେ ପ୍ରଥମ କ୍ବାର୍ଟରରେ ଖେଳ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ଉଭୟ ଦଳ ଆକ୍ରମଣାତ୍ମକ ରଣନୀତିରେ ଖେଳିଥିଲେ ହେଁ ଗୋଲ ହୋଇପାରି ନ ଥିଲା। ଦ୍ୱିତୀୟ କ୍ବାର୍ଟର ଆରମ୍ଭରେ ଉଭୟ ଦଳ ଅଗ୍ରଣୀ ନେବାପାଇଁ ଆକ୍ରମଣକୁ ଜୋରଦାର କରିଥିଲେ। ୨୦ ତମ ମିନିଟରେ ଭାରତକୁ ଏକ ପେନାଲ୍ଟି କର୍ନର ମିଳିଥିଲା। ମାତ୍ର ଓଡ଼ିଆ ଖେଳାଳି ଅମିତ ରୋହିଦାସ ମାରିଥିବା ଶଟ୍‌କୁ ପୋଲାଣ୍ଡ ଡିଫେଣ୍ଡର ଅଟକାଇ ଦେବାରେ ସକ୍ଷମ ହୋଇଥିଲେ। ଏହାର ୧ ମିନିଟ ପରେ ଭାରତକୁ ଆଉ ଏକ ପେନାଲ୍ଟି କର୍ନର ମିଳିଥିଲା। ୨୧ତମ ମିନିଟରେ ଅଧିନାୟକ ମନପ୍ରୀତ ସିଂ ଏହାକୁ ଗୋଲରେ ପରିଣତ କରି ଘରୋଇ ଦଳକୁ ଅଗ୍ରଣୀ ଦେଇଥିଲେ। ୨୩ତମ ମିନିଟରେ ଭାରତ ଏକ ପେନାଲ୍ଟି କର୍ନର ମିସ୍‌ କରିଥିଲା। ୨୫ତମ ମିନିଟରେ ଭାରତୀୟ ରକ୍ଷଣଭାଗରେ ବଡ଼ ଗ୍ୟାପ୍‌ର ସୁଯୋଗ ନେଇ ଗୋଲ ସ୍କୋର କରିବାରେ ସକ୍ଷମ ହୋଇଥିଲା ପୋଲାଣ୍ଡ। ୨୫ତମ ମିନିଟରେ ମାଟେଉଜ୍‌ ହୁଲ୍‌ବୋଜ୍‌ ଗୋଲ ପରିଶୋଧ କରିବାରୁ ମ୍ୟାଚ ୧-୧ ସ୍ଥିତିକୁ ଚାଲି ଆସିଥିଲା। ମାତ୍ର ଏହାର ୧ ମିନିଟ ପରେ ଭାରତ ପୁଣି ଅଗ୍ରଣୀ ହାସଲ କରିଥିଲା। ପୋଲାଣ୍ଡ ‘ଡି’ ଏରିଆ ମଧ୍ୟରେ ବଲ୍‌ ପାଇଁ ସଂଘର୍ଷ ଚାଲିଥିବାବେଳେ ମନପ୍ରୀତ ସିମରନଜିତ ସିଂଙ୍କ ନିକଟକୁ ବଲ୍‌ ବଢ଼ାଇ ଦେଇଥିଲେ। ସିମରନଜିତ ଗୋଲ ଦେବାର ସୁଯୋଗ ନ ପାଇବାରୁ ବଲ୍‌କୁ ପୁଣି ମନପ୍ରୀତଙ୍କ ନିକଟକୁ ପାସ୍‌ ଦେଇଥିଲେ। ମନପ୍ରୀତ ତତ୍‌କ୍ଷଣାତ ଏହାକୁ ପୋଲାଣ୍ଡ ଗୋଲପୋଷ୍ଟ ଭିତରକୁ ପଠାଇ ଦେଇଥିଲେ। ଫଳରେ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଭାରତ ୨-୧ ଗୋଲରେ ଅଗ୍ରଣୀ ହାସଲ କରିଥିଲା।
ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ଭାରତର ଆକ୍ରମଣାତ୍ମକ ରଣନୀତି ଅପରିବର୍ତ୍ତିତ ରହିଥିଲା। ୩୬ତମ ମିନିଟରେ ମିଳିଥିବା ପେନାଲ୍ଟି କର୍ନରକୁ ଚମତ୍କାର ଡ୍ରାଗ୍‌ଫ୍ଲିକ୍‌ ମାଧ୍ୟମରେ ଗୋଲରେ ପରିଣତ କର ହରମନପ୍ରୀତ ସିଂ ଭାରତର ଅଗ୍ରଣୀ ବ୍ୟବଧାନକୁ ୩-୧ରେ ପହଞ୍ଚାଇ ଦେଇଥିଲେ। ମ୍ୟାଚକୁ ପ୍ରତ୍ୟାବର୍ତ୍ତନ ପାଇଁ ପୋଲାଣ୍ଡ ଜୋରଦାର ଉଦ୍ୟମ କରିଥିଲା। ୪୦ତମ ମିନିଟରେ ଭାରତକୁ ମିଳିଥିବା ପେନାଲ୍ଟି କର୍ନର ମିସ୍‌ ହୋଇଥିଲା। ଅବଶିଷ୍ଟ ୨୦ ମିନିଟ ଖେଳ ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲା। ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ହେଁ ତା’ର ସଦୁପଯୋଗ କରିପାରି ନ ଥିଲେ। ରେଫରିଙ୍କ ଶେଷ ହ୍ବିସିଲ ବାଜିବାକ୍ଷଣି ଭାରତୀୟ ଖେଳାଳିମାନେ ପଡ଼ିଆ ଚତୁର୍ଦ୍ଦିଗ ପରିକ୍ରମା କରି ଦର୍ଶକଙ୍କଠାରୁ ଅଭିବାଦନ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri