ଏବେ ଖାଇହେବ କୁକୁଡ଼ା ମାଂସ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଓୟୁଏଟି କୁକୁଡ଼ା ଫାର୍ମରେ ବାର୍ଡ-ଫ୍ଲୁ ଲାଗିଥିବା ପରିପ୍ରେକ୍ଷୀରେ ଲୋକମାନେ ଆଶଙ୍କା ମଧ୍ୟରେ କୁକୁଡ଼ା ମାଂସ ଓ ଅଣ୍ଡା ଖାଉନାହାନ୍ତି। କିନ୍ତୁ ଏଥିପାଇଁ କୌଣସି ଆଶଙ୍କା ସୃଷ୍ଟି ହେବା ଉଚିତ ନୁହେଁ। କୁକୁଡ଼ା ମାଂସ ଓ ଅଣ୍ଡା ଖାଇବାରେ କୌଣସି ଭୟ ନାହିଁ ବୋଲି ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି। ସରକାରଙ୍କ ତରଫରୁ ଓୟୁଏଟି କୁକୁଡ଼ା ଫାର୍ମ ଓ ଏହାର ଏକ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳରେ ସମସ୍ତ କୁକୁଡ଼ା ଓ ବତକଙ୍କୁ ମାରି ପୋତି ଦିଆଯିବା ସହ ଉପଲବ୍ଧ ଅଣ୍ଡା ଓ କୁକୁଡ଼ା ଖାଦ୍ୟକୁ ମଧ୍ୟ ନଷ୍ଟ କରି ପୋତି ଦିଆଯାଇଛି। ଫାର୍ମର ଏକ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳରେ ବିଶୋଧକ ପ୍ରୟୋଗ କରାଯାଇଛି। ଓୟୁଏଟି କୁକୁଡ଼ା ଫାର୍ମକୁ ସିଲ୍‌ କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲା ମୁଖ୍ୟ ପ୍ରାଣୀଚିକିତ୍ସା ଅଧିକାରୀଙ୍କ ତରଫରୁ ଗତ ୪ ତାରିଖରେ ‘ଜୀବାଣୁମୁକ୍ତ ପ୍ରମାଣପତ୍ର’ ପ୍ରଦାନ କରାଯାଇଛି। ତେଣୁ କୁକୁଡ଼ା ମାଂସ ଓ ଅଣ୍ଡା ଖାଇବାରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି। କୁକୁଡ଼ା ମାଂସ ଓ ଅଣ୍ଡାକୁ ଭଲ ଭାବେ ସିଝାଇ ଖାଇଲେ କୌଣସି ଭୟ ରହିବ ନାହିଁ। ୭୦ଡିଗ୍ରୀ ସେଲ୍‌ସିୟସ ତାପମାତ୍ରାରେ ୩୦ମିନିଟ୍‌ ପର୍ଯ୍ୟନ୍ତ ସିଝାଇଲେ ବାର୍ଡ-ଫ୍ଲୁ (ଏଚ୍‌୫ ଏନ୍‌୧) ଭୂତାଣୁ ନଷ୍ଟ ହୋଇଯାଏ। ଏହାବ୍ୟତୀତ ଜାନୁୟାରୀ ୨୮ରୁ ଏ ପର୍ଯ୍ୟନ୍ତ ଓୟୁଏଟି କୁକୁଡ଼ା ଫାର୍ମର ଏକରୁ ଦଶ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳରେ କୌଣସି କୁକୁଡ଼ା ବା କୁକ୍କୁଟଜାତୀୟ ପକ୍ଷୀଙ୍କ ଅସ୍ବାଭାବିକ ମୃତ୍ୟୁ ହୋଇନାହିଁ। ତେଣୁ ଲୋକେ ଆଶଙ୍କାଗ୍ରସ୍ତ ନ ହୋଇ କୁକୁଡ଼ା ମାଂସ ଓ ଅଣ୍ଡା ଖାଇପାରିବେ ବୋଲି ନିଦ୍ଦେର୍ର୍ଶାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri