‘ଏବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା’

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ରୋଗୀ ଚିହ୍ନଟ ହେବା ପରେ ଗୋଷ୍ଠୀ ବା ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ଆଗରୁ କେବଳ ବିଦେଶରୁ ଆସୁଥିବା ବ୍ୟକ୍ତି କରୋନା ସଂକ୍ରମଣର ଶିକାର ହେଉଥିଲେ। କିନ୍ତୁ ଏବେ ଦିଲ୍ଲୀ, ହରିୟାଣାରୁ ଫେରୁଥିବା ବ୍ୟକ୍ତି ମଧ୍ୟ ସଂକ୍ରମଣର ଶିକାର ହେଉଛନ୍ତି। ସାମାଜିକ ସଂକ୍ରମଣ ଆଶଙ୍କା ବୃଦ୍ଧିପାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର୍ର (କୋଭିଡ୍‌-୧୯) ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇ ବାଗ୍‌ଚୀ କହିଛନ୍ତି ଯେ, ଆସନ୍ତା ୨/୩ ସପ୍ତାହ ଆମକୁ ଅଧିକ ସତର୍କ ରହିବାକୁ ପଡ଼ିବ। ଏହି ସମୟରେ ଲୋକମାନେ ଘରୁ ବାହାରକୁ ନ ବାହାରିବା ଉଚିତ। ତୃତୀୟ ପଜିଟିଭଙ୍କ ସମ୍ପର୍କରେ ସୂଚନା ଦେଇ ବାଗ୍‌ଚୀ କହିଛନ୍ତି ଯେ, ଆକ୍ରାନ୍ତ ବ୍ୟକ୍ତିଙ୍କ ବୟସ ୬୦। ସେ ମାର୍ଚ୍ଚ ୭ରେ ଦିଲ୍ଲୀ ଯାଇଥିଲେ। ଏହାପରେ ହରିୟାଣାରୁ ରିଓ୍ବାଡି ଅଞ୍ଚଳକୁ ଯାଇ ମାର୍ଚ୍ଚ ୧୦ରେ ଇଣ୍ଡିଗୋ ୬-ଇ୨୦୧୪ ବିମାନ ଯୋଗେ ସପରିବାର ଭୁବନେଶ୍ୱର ଫେରିଥିଲେ। ମାର୍ଚ୍ଚ ୧୩ରେ ସେ ଅସୁସ୍ଥ ଅନୁଭବ କରିଥିଲେ। ମାର୍ଚ୍ଚ ୧୬ରେ ବିଧାନସଭା ଡାକ୍ତରଖାନାରେ ଦେଖାଇଥିଲେ। ଏଥିରେ ସାମାନ୍ୟ ସୁସ୍ଥ ହୋଇଥିବାବେଳେ ସପ୍ତାହ ପରେ ପୁଣି ଅସୁସ୍ଥ ଅନୁଭବ କରିବାରୁ ମାର୍ଚ୍ଚ ୨୩ରେ କର କ୍ଲିନିକରେ ଦେଖାଇଥିଲେ। ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ୨୪ରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଥିଲା। ସେଠାରେ ତାଙ୍କ ରକ୍ତ ଓ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ତେବେ ଗୁରୁବାର ସମ୍ପୃକ୍ତ ରୋଗୀ ଜଣକ କରୋନାରେ ଆକ୍ରାନ୍ତ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ରୋଗୀ ଜଣକ ବିଧାନସଭା ଡିସ୍‌ପେନ୍‌ସାରି ଯାଇଥିବାରୁ ତାଙ୍କ ସଂସ୍ପର୍ଶରେ ବିଧାନସଭାର ଜଣେ କର୍ମଚାରୀ ଆସିଥିଲେ। ସେଥିପାଇଁ ସମସ୍ତ ବିଧାନସଭା କର୍ମଚାରୀଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ତାଙ୍କ ସ୍ତ୍ରୀ, ଝିଅ ଓ ଡ୍ରାଇଭରଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅନ୍ୟମାନଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ଚାଲିଛି ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?