ଏମଜିଏନଆରଇଜିଏସ୍‌ରେ ଶ୍ରମିକଙ୍କୁ ମିଳୁନି ପ୍ରାପ୍ର୍ୟ: ପିଡି ଡିଆର୍‌ଡିଏଙ୍କୁ ଦାବିପତ୍ର ପ୍ରଦାନ

ଭବାନୀପାଟଣା,୨୮।୬(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାର ନର୍ଲା ବ୍ଲକରେ ଏମଜିଏନଆରଇଜିଏସ୍‌ ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ୧୨ ଜଣ ଶ୍ରମିକ ପିଡି ଡିଆର୍‌ଡିଏଙ୍କୁ ଲିଖିତ ଅଭିଯୋଗ କରିବା ସହ ଏକ ଦାବି ପତ୍ର ପ୍ରଦାନ କରିଛନ୍ତିା ଟଙ୍କା ମଞ୍ଜୁର, ପଞ୍ଚାୟତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଦି ଦାବିପତ୍ରରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ବ୍ଲକର ସେରଗଡ ପଞ୍ଚାୟତର ସିରିପାଲି ଗ୍ରାମର ୧୨ ଜଣ ଶ୍ରମିକ ଗତ ୨୦୧୮ ମାର୍ଚ୍ଚ ୨୮ ତାରିଖରେ ଏମଜିଏନଆରଇଜିଏସରେ ଉପରମୁଣ୍ଡାରେ ମାଟି କାମ କରିଥିଲେ । ତେବେ ଆଜି ପର୍ଯ୍ୟନ୍ତ ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଏ ନେଇ ସେମାନେ ଅନେକଥର ସେରଗଡ ପଞ୍ଚାୟତ ପିଇଓ, ସହକାରୀ ଯନ୍ତ୍ରୀ, ସରପଞ୍ଚ ଓ ଜିଆରଏସ୍‌ଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଟଙ୍କା ମିଳି ନ ଥିବା ଜଣାଇବା ପରେ ସେମାନେ ଶ୍ରମିକମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ଅଭିଯୋଗ ହୋଇଛି। ଦାବିପତ୍ର ପ୍ରଦାନ ସମୟରେ ସାହେବ ରଣା, ବ୍ରଜବନ୍ଧୁ ବାଗ, ଗଦନ ନାଗ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri