ଏମପିଙ୍କ ଘରୁ ୩୫୧ କୋଟି ଜବତ ଘଟଣା, ପୁଣି କଂଗ୍ରେସକୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୨।୧୨: କଂଗ୍ରେସ ପୂର୍ବତନ ରାଜ୍ୟ ସଭା ସଦସ୍ୟ ଧୀରଜ ସାହୁଙ୍କ ଘର ଏବଂ ବିଭିନ୍ନ ପ୍ରତିସ୍ଥାନରୁ ୩୫୦ କୋଟି ଟଙ୍କା ଏବଂ ୩ କେଜି ସୁନା ଜବତ ମାମଲାରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକପ୍ରିୟ ୱେବସିରିଜ ‘ମନି ହାଇଷ୍ଟ’କୁ ଇଙ୍ଗିତ କରି ସେ କହିଛନ୍ତି କଂଗ୍ରେସ ଗତ ୭୦ ବର୍ଷ ହେଲା ଦେଶକୁ ଲୁଟ କରିଛି।

ଭାରତରେ କଂଗ୍ରେସ ଥାଉ ଥାଉ ଥାଉ ‘ମନି ହାଇଷ୍ଟ’ର ଆବଶ୍ୟକ ନାହିଁ। କାରଣ ଗଲା ୭୦ ବର୍ଷ ଧରି କଂଗ୍ରେସ ଦେଶକୁ ଲୁଟୁଛି ଏବଂ ଲୁଟି ଚାଲିଛି। ମଙ୍ଗଳବାର ଭାଜପା ପୋଷ୍ଟ କରିଥିବା ଏକ ଭିଡିଓକୁ ଶେୟାର କରି ପ୍ରଧାନମନ୍ତ୍ରୀ ଏହି କଥା କହିଛନ୍ତି।

ସୂଚନାଯୋଗ୍ୟ, କଂଗ୍ରେସର ପୂର୍ବତ୍ତନ ରାଜ୍ୟ ସଭା ସଦସ୍ୟ ଧୀରଜ ସାହୁଙ୍କ ଘର ଝାଡ଼ଖଣ୍ଡ ଏବଂ ଓଡ଼ିଶାର ବୌଦ୍ଧ ଏବଂ ବଲାଙ୍ଗୀରି ଜିଲାରେ ଥିବା ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଓ ମଦଭାଟିରୁ ୩୫୦ କୋଟି ରୁ ଅଧିକ ଟଙ୍କା ଜବତ ହେବା ପରେ ସମଗ୍ର ଦେଶରେ ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।

ଏହି ମାମଲାରେ ବିଜେଡି, ଭାଜପା ଏବଂ କଂଗ୍ରେସ ପରସ୍ପର ଉପରେ ଅଭିଯୋଗ ଲଦା ଲଦି ହେଉଛନ୍ତି। ଭାଜପାର ବରିଷ୍ଠ ନେତୃତ୍ୱମାନେ ଏହିମାମଲାରେ ବିଜେଡିର ସମ୍ପୃକ୍ତି ଥିବା ଦାବି କରୁଛନ୍ତି। ଏହାର ଜବାବରେ ବିଜେଡି କହିଛି ଯେ, ରାଜ୍ୟରେ ଭାଜପା କଂଗ୍ରେସକୁ ସୁରକ୍ଷା ଦେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri