ଏମିତି ଏକ ଦେଶ, ଯେଉଁଠି କରୋନା ପାଇଁ ନାହିଁ କୌଣସି ପ୍ରତିବନ୍ଧକ

ମହାମାରୀ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଏଥିରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ କେତେକ ଦେଶର ସରକାର ଲକ୍‌ଡାଉନ୍‌ ଘୋଷଣା ମଧ୍ୟ କରିଛନ୍ତି। କିନ୍ତୁ ଏମିତି ଏକ ଦେଶ ଅଛି, ଯେଉଁଠି ଏହି ଭାଇରସ୍‌ ସହ ଲଢ଼ିବା ପାଇଁ ଜନସାଧାରଣଙ୍କ ଉପରେ କୌଣସି ପ୍ରତିବନ୍ଧକ ଲଗାଯାଇନାହିଁ। ଏପରି ଦେଶ ହେଉଛି ୟୁରୋପ ମହାଦେଶର ବେଲାରସ୍‌। ଏଠାରେ ମହାମାରୀ କରୋନା ମୁକାବିଲା ପାଇଁ କୌଣସି କଠୋର ପଦକ୍ଷେପ ନିିଆଯାଇନାହିଁ। ସମସ୍ତ କାର୍ଯ୍ୟ ପୂର୍ବପରି ଜାରି ରହିଛି। ଦେଶର ସୀମା ଖୋଲା ଥିବା ବେଳେ ଲୋକେ କାମ କରିବାକୁ ମଧ୍ୟ ଯାଉଛନ୍ତି।
ବେଲାରସ୍‌ର ରାଷ୍ଟ୍ରପତି ଆଲେକ୍‌ଜାଣ୍ଡାର ଲୁକାଶେଙ୍କୋ କହିଛନ୍ତି, ବର୍ତ୍ତମାନ କରୋନା ପାଇଁ ସତର୍କତା ଅବଲମ୍ବନ କରିବାର ଆବଶ୍ୟକତା ନାହିଁ। ଚାଇନାର ରାଷ୍ଟ୍ରଦୂତଙ୍କୁ ଭେଟିବା ପରେ ସେ କହିଛନ୍ତି, ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିବା ଅନୁଚିତ। ସେ କହିଛନ୍ତି, କରୋନା ଭୂତାଣୁକୁ ଏକ ଟ୍ରାକ୍ଟର ଅଟକାଇ ପାରିବ। ଆହୁରି ମଧ୍ୟ କହିଛନ୍ତି, ସେ ନିଜେ ମଦ୍ୟପାନ କରନ୍ତି ନାହିଁ, ମାତ୍ର କରୋନା ରୋକିବା ପାଇଁ ସେ ଏକ ସିପ୍‌ ଭୋଡା ପିଇପାରିବେ।
କରୋନା ଭୂତାଣୁ ବ୍ୟାପୁଥିବା ବିଷୟରେ ବେଲାରସ୍‌ର ନାଗରିକମାନେ ଅବଗତ ଅଛନ୍ତି। କାରଣ ବିଦେଶରୁ ବେଲାରସ୍‌କୁ ଆସୁଥିବା ସମସ୍ତ ଲୋକଙ୍କ ପରୀକ୍ଷା କରାଯାଉଛି। ସେମାନଙ୍କର ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସୁଛି। ଏପରି ପରିସ୍ଥିତିରେ ତାଙ୍କୁ କ୍ୱାରାଣ୍ଟାଇନ୍‌ରେ ବି ପଠାଯାଉଛି। ସପ୍ତାହ ଦୁଇ ସପ୍ତାହ ପରେ ମୁକ୍ତ କରାଯାଉଛି। ଏଣୁ ଏହି ଭୂତାଣୁ ନେଇ ଚିନ୍ତା କରିବାର କିଛି କାରଣ ନାହିଁ ବୋଲି ଲୁକାଶେଙ୍କୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri