ଏମିତି ଚାଲିଛି ପାଠପଢ଼ା: ୧୧୯ ଛାତ୍ରୀଛାତ୍ରଙ୍କୁ ୨ ଶିକ୍ଷୟିତ୍ରୀ

ମାଧପୁର,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତ କୁନ୍ଦନାଳୀ ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ବର୍ତ୍ତମାନ ଶିକ୍ଷକ ଅଭାବ ଦେଖାଦେଇଛି। ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୧୯ ଜଣ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ପଢ଼ାଇବାକୁ ୨ (କଳା) ଶିକ୍ଷୟିତ୍ରୀ ଅଛନ୍ତି। ଅଷ୍ଟମ ଶ୍ରେଣୀ ପାଇଁ ଜଣେ ହେଲେ ବିଜ୍ଞାନ ଶିକ୍ଷକ ନ ଥିବାରୁ ପାଠପଢ଼ାରେ ବ୍ୟାହତ ସୃଷ୍ଟି ହେଉଛି ।
ସୂଚନାଯୋଗ୍ୟ, ସ୍କୁଲରେ ପୂର୍ବରୁ ୪ ଶିକ୍ଷୟିତ୍ରୀ ଥିବାବେଳେ ଗତ କିଛି ମାସ ପୂର୍ବରୁ ଜଣେ ଶିକ୍ଷୟିତ୍ରୀ ପ୍ରସବକାଳୀନ ଛୁଟିରେ ରହିଥିଲେ। ପୁଣି ଏବେ କିଛି ସପ୍ତାହ ହେବ ଆଉ ଜଣେ ଶିକ୍ଷୟିତ୍ରୀ ସମାନ କାରଣ ପାଇଁ ଛୁଟିରେ ରହିବା ହେତୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ତେଣୁ ନିୟମାନୁସାରେ ସ୍କୁଲରେ ୫ ଜଣ ଶିକ୍ଷକ ରହିବା ସ୍ଥଳରେ ମାତ୍ର ୨ ଜଣ ଶିକ୍ଷୟିତ୍ରୀ ଅଛନ୍ତି। ଅନ୍ୟପକ୍ଷରେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଲାଗି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଭିନ୍ନ ବୈଠକରେ ଯୋଗଦେବାକୁ ପଡ଼ୁଥିବାରୁ ଜଣେ ମାତ୍ର ଶିକ୍ଷୟିତ୍ରୀରେ ବିଦ୍ୟାଳୟ ଚଳାଉଥିବା ନଜିର ଆସୁଛି । ଏ ନେଇ ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ନଜର ପଡୁ ନ ଥିବାରୁ ଗ୍ରାମବାସୀ କ୍ଷୋଭ ପ୍ରକାଶ କରିଛନ୍ତି । ଏଥିପ୍ରତି ପ୍ରଶାସନ ବା ବିଭାଗୀୟ ଅଧିକାରୀ ଶୀଘ୍ର ପଦକ୍ଷେପ ନ ନେଲେ ବାଧ୍ୟ ହୋଇ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସ୍କୁଲ ପରିଚାଳନା କମିଟିର ସଦସ୍ୟ ତଥା ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri