ଏମ୍‌ଆଣ୍ଡଏମ୍‌ ଫାଇନାନ୍‌ସିଆଲକୁ ଆର୍‌ବିଆଇର ତାଗିଦ

ନୂଆଦିଲ୍ଲୀ,୨୩।୯:ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ପକ୍ଷରୁ ଗୁରୁବାର ମହିନ୍ଦ୍ରା ଏବଂ ମହିନ୍ଦ୍ରା ଫାଇନାନ୍‌ସିଆଲ ଲିମିଟେଡ (ଏମ୍‌ଏମ୍‌ଏଫ୍‌ଏସ୍‌ଏଲ୍‌)ର ଆର୍ଥିକ ସେବା ଋଣ ପୁନରୁଦ୍ଧାର କାର୍ଯ୍ୟ ପାଇଁ ୩ୟ ପକ୍ଷ ବ୍ୟବସ୍ଥାର ବ୍ୟବହାରକୁ ବନ୍ଦ କରିବାକୁ ଆରବିଆଇ ତାଗିଦ କରିବା ସହ କଡା ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ସେହିଭଳି ଆରବିଆଇର ଅଧିନିୟମ ୧୯୩୪ର ଧାରା ୪୫ଏଲ (୧)(ବି) ଅନୁଯାୟୀ ନିଜର କ୍ଷମତାକୁ ବ୍ୟବହାର କରି ଏମଏମଏଫଏସଏଲ ମୁମ୍ବାଇକୁ ତୁରନ୍ତ ଆଉଟସୋର୍ସିଂ ମାଧ୍ୟମରେ କୌଣସି ପୁନରୁଦ୍ଧାର କିମ୍ବା ପୁନଃନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବ୍ୟାଙ୍କର ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବ୍ୟବସ୍ଥା, ନିୟାମକ ଏକ ବିବୃତିରେ କହିଛନ୍ତି। ଅବଶ୍ୟ ଉକ୍ତ ଏନବିଏଫସି ନିଜସ୍ବ କର୍ମଚାରୀଙ୍କ ମାଧ୍ୟମରେ ପୁନରୁଦ୍ଧାର କିମ୍ବା ପୁନଃନିର୍ମାଣ କାର୍ଯ୍ୟକଳାପ ଜାରି ରଖିପାରେ। ହେଲେ ଆରବିଆଇର ନିୟମାବଳୀ ମଧ୍ୟରେ ସମସ୍ତ କାର୍ଯ୍ୟ ହେବା ଆବଶ୍ୟକ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ଝାଡଖଣ୍ଡର ହଜାରିବାଗରେ ଋଣ ଆଦାୟ ସହ ଟ୍ରାକ୍ଟର ଜବତ କରିବାକୁ ଯାଇଥିବା ଏମଏମଏଫଏସଏଲର ୩ୟ ପକ୍ଷ କର୍ମଚାରୀ (ଏଜେଣ୍ଡ) ଜଣେ ୨୭ବର୍ଷ ବୟସ୍କା ଗର୍ଭବତୀ ମହିଳାଙ୍କ ଉପରେ ଗାଡି ଚଢ଼ାଇ ଦେବା ଘଟଣାରୁ ଏଭଳି ନିଷ୍ପତ୍ତି ହୋଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?