ଏମ୍‌ସ ଡାକ୍ତର ଗିରଫ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଭୁବନେଶ୍ୱର ଏମ୍‌ସ ହୃଦ୍‌ରୋଗ ବିଭାଗ (କାର୍ଡିଓଲୋଜି)ର ଡାକ୍ତର ଜୟଦୀପ ଦାସଗୁପ୍ତାଙ୍କୁ ମଙ୍ଗଳବାର ମହିଳା ଥାନା ପୋଲିସ ଗିରଫ କରିଛି। ଜୟଦୀପଙ୍କ ଘର ପଶ୍ଚିମବଙ୍ଗ ସାଉଥଚବିଶ ପ୍ରଗଣା ଜିଲା ହରିଦେବପୁର ଥାନା ଅଞ୍ଚଳରେ ହୋଇଥିବା ବେଳେ ସେ ଭୁବନେଶ୍ୱର ଏମ୍‌ସ ହାଉସିଂ କମ୍ପ୍ଲେକ୍ସ ପିଜି-୨ ହଷ୍ଟେଲର ରୁମ୍‌ ନଂ. ୧୨୦ରେ ରହୁଛନ୍ତି। କୋର୍ଟଚାଲାଣ ପରେ ଜାମିନ ନାମଞ୍ଜୁର ହେବାରୁ ଜୟଦୀପଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ପୋଲିସ ସୂଚନା ଅନୁଯାୟୀ, ରାଜଧାନୀରେ ରହି ରୁପାଲି ଛକସ୍ଥିତ ଏକ ବ୍ୟାଙ୍କରେ କାମ କରୁଥିବା ପୀଡ଼ିତା ଯୁବତୀ ତାଙ୍କ ବାପାଙ୍କୁ ୨୦୨୦ ଡିସେମ୍ବର ୧୭ରେ ହୃଦରୋଗ ଚିକିତ୍ସା ପାଇଁ ଏମ୍‌ସ ନେଇଥିଲେ। ସେଠାରେ ପୀଡ଼ିତାଙ୍କୁ ଡାକ୍ତର ଜୟଦୀପ ମୋବାଇଲ ଫୋନ୍‌ ନମ୍ବର ମାଗିଥିଲେ। ହେଲେ ସେ ରାଜି ନ ହେବାରୁ ତାଙ୍କ ବାପାଙ୍କୁ ଡିସ୍‌ଚାର୍ଜ କରିବାକୁ ଦେବେ ନାହିଁ ବୋଲି ଜୟଦୀପ କହିଥିଲେ। ତେଣୁ ଯୁବତୀ ତାଙ୍କ ମୋବାଇଲ ନମ୍ବର ଦେବା ପରେ ଉଭୟଙ୍କ ମଧ୍ୟରେ ନିୟମିତ କଥାବାର୍ତ୍ତା ହେବାରୁ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଯୁବତୀଙ୍କୁ ବିବାହ କରିବାର ପ୍ରତିଶ୍ରୁତି ଦେଇ ଜୟଦୀପ ବିଶ୍ୱାସଭାଜନ ହୋଇଥିଲେ। ପରେ ଅନେକ ସମୟରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜୟଦୀପ। ଇତିମଧ୍ୟରେ ଯୁବତୀ ଜଣକ ୨ମାସର ଗର୍ଭବତୀ ହୋଇଥିବା କଥା ଜଣାପଡ଼ିବା ପରେ ଜୟଦୀପ ତାଙ୍କୁ ଗର୍ଭପାତ କରାଇଥିଲେ। ନିକଟରେ ଜୟଦୀପଙ୍କ ସହ ଜଣେ ଯୁବତୀଙ୍କ ନିର୍ବନ୍ଧ ହୋଇଥିବା ଖବର ମିଳିବା ପରେ ପୀଡ଼ିତା ଏନେଇ ପଚାରିବାକୁ ଏମ୍‌ସ ହଷ୍ଟେଲ ଯାଇଥିଲେ। ବିବାହକୁ ନେଇ ସେଠାରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ସେହି ସମୟରେ ଯୁବତୀଙ୍କୁ ଜୟଦୀପ ମାଡ଼ ମାରିବା ସହ ହତ୍ୟା ଧମକ ଦେଇଥିଲେ। ଏନେଇ ଯୁବତୀ ଜଣକ ଉପାୟହୀନ ହୋଇ ଶେଷରେ ସୋମବାର ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଆଇପିସି ଦଫା ୪୯୩, ୪୧୭, ୩୨୩, ୪୨୦ ଏବଂ ୫୦୬ରେ ଏକ ମାମଲା (ନଂ. ୧୩୬/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri