ଏମ୍‌ଏଲ୍‌ଓଏସ୍‌ରେ ପଞ୍ଜୀକୃତ ହେବେ ଡାକ୍ତର

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟରେ କାର୍ଯ୍ୟରତ ସମସ୍ତ ଡାକ୍ତରଙ୍କୁ ମେଡିକୋ ଲିଗାଲ ଓପିନିଅନ ସିଷ୍ଟମ୍‌ (ଏମ୍‌ଏଲ୍‌ଓଏସ୍‌)ରେ ପଞ୍ଜୀକୃତ କରିବା ଲାଗି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ‘ମୋ ସରକାର’ ଯୋଜନା ଆରମ୍ଭ ହେବାପରେ ଡାକ୍ତରମାନଙ୍କଠାରୁ ଆବଶ୍ୟକ ସ୍ଥଳେ ଆଇନଗତ ପରାମର୍ଶ ନେବା ପାଇଁ ଏକ ସ୍ବତନ୍ତ୍ର ୱେବସାଇଟ୍‌ ପ୍ରସ୍ତୁତ ହୋଇଛି। ୱେବସାଇଟ୍‌ରେ ଡାକ୍ତରମାନେ ନିଜକୁ ପଞ୍ଜୀକୃତ କରିବା ପରେ ଏହାର ଲାଭ ଉଠାଇ ପାରିବେ। ପୋଲିସ ବିଭାଗ ଅଧୀନ ରାଜ୍ୟ କ୍ରାଇମ୍‌ ରେକର୍ଡସ୍‌ ବ୍ୟୁରୋ ଏହି ୱେବସାଇଟ୍‌ର ବ୍ୟବହାର ପାଇଁ ସ୍ବତନ୍ତ୍ର ଆଇଡି ଓ ପାସ୍‌ୱାର୍ଡ ପ୍ରସ୍ତୁତ କରିଛି। ତେବେ ଏହି କାର୍ଯ୍ୟକ୍ରମରେ ଏଯାବତ୍‌ ଡାକ୍ତରମାନଙ୍କ ପଞ୍ଜୀକରଣ ଆଶାନୁରୂପ ହୋଇନାହିଁ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲାପାଳଙ୍କୁ ଲେଖିଥିବା ପତ୍ରରେ ନଭେମ୍ବର ୧୫ ସୁଦ୍ଧା ଯେପରି ସବୁ ଡାକ୍ତର ଏଥିରେ ଅନ୍ତର୍ଭୁକ୍ତ ହୋଇପାରିବେ ସେ ଦିଗରେ ଦୃଷ୍ଟି ଦେବାକୁ କହିଛନ୍ତି। ଏ ପ୍ରସଙ୍ଗରେ ଜିଲାପାଳମାନେ ମେଡିକାଲ କଲେଜ, ସିଡିଏମ୍‌ଓ ଏବଂ ଅନ୍ୟ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀମାନଙ୍କ ସହ ପ୍ରତି ମାସରେ ନିୟମିତ ବ୍ୟବଧାନରେ ସମୀକ୍ଷା ବୈଠକ କରିବା ସହ କେଉଁ ଜିଲାରେ କେତେ ଡାକ୍ତର ଏମ୍‌ଏଲ୍‌ଓଏସ୍‌ରେ ପଞ୍ଜୀକରଣ କରିଛନ୍ତି ତାହାର ସାପ୍ତାହିକ ରିପୋର୍ଟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ପଠାଇବାକୁ କୁହାଯାଇଛି। ସ୍ବାସ୍ଥ୍ୟ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦା ମେଡିକୋ ଲିଗାଲ ଓପିନିଅନ ସିଷ୍ଟମରେ ଡାକ୍ତରଙ୍କ ପଞ୍ଜୀକରଣ ସଂକ୍ରାନ୍ତୀୟ ଅଗ୍ରଗତି ବିଷୟରେ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri