ଏମ୍‌ଏସ୍‌ଏମ୍‌ଇଗୁଡିକୁ ମିଳିଲା ୮,୩୨୦କୋଟିର ଋଣ

ନୂଆଦିଲ୍ଲୀ,୮।୬: କରୋନା ଜନିତ ଲକ୍‌ଡାଉନ ଲାଗି ଦେଶର ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଶିଳ୍ପଗୁଡିକୁ ୩ ଲକ୍ଷ କୋଟି ଟଙ୍କାର ପାଣ୍ଠି ଯୋଗାଣ ଲାଗି ସରକାର ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ (ଇସିଏଲ୍‌ଜିଏସ୍‌) ଘୋଷଣା କରିଥିଲେ। ବର୍ତ୍ତମାନ ସୁଦ୍ଧା ଉକ୍ତ ଯୋଜନାରେ ଏମ୍‌ଏସ୍‌ଏମ୍‌ଇ ୮,୩୨୦ କୋଟି ଟଙ୍କାର ଋଣ ଲାଭ କରିଥିବା ଜଣାପଡିଛି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଜୁନ ୫ ସୁଦ୍ଧା ଏହି ଋଣ ପ୍ରଦାନ କରିଛନ୍ତି ବୋଲି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଜୁନ ପହିଲାରେ ୧୦୦% ଇସିଏଲ୍‌ଜିଏସ୍‌ ଲାଗି ବ୍ୟାଙ୍କଗୁଡିକ ୧୭,୭୦୫ କୋଟି ଟଙ୍କା ଋଣ ଯୋଗାଣ ଲାଗି ମଞ୍ଜୁରୀ ଦେଇଛନ୍ତି। ଆତ୍ମ ନିର୍ଭର ଭାରତ ଯୋଜନାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ଏଭଳି ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ବ୍ୟାଙ୍କଗୁଡିକର ଋଣ ପ୍ରଦାନ ସମ୍ପର୍କରେ ସୀତାରାମନ ରବିବାର ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ୧୧,୭୦୧ କୋଟି ଟଙ୍କା ଋଣ ପ୍ରଦାନ ଲାଗି ମଞ୍ଜୁରୀ ଦେଇଥିବା ବେଳେ ଜୁନ ୫ ସୁଦ୍ଧା ୬୦୮୪ କୋଟି ଟଙ୍କା ଋଣ ଦେଇ ସାରିଛି। ସେହିଭଳି ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ୧୯୯୫ କୋଟି ଟଙ୍କା ଋଣ ଦେବାକୁ ମଞ୍ଜୁରୀ ଦେଇଛି। ଏହା ମଧ୍ୟରୁ ୨୪୨.୯୨ କୋଟି ଟଙ୍କାର ଋଣ ଏହି ବ୍ୟାଙ୍କ ଯୋଗାଇ ଦେଇଛି।
ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଇସିଏଲ୍‌ଜିଏସ୍‌ ଯୋଜନାରେ ୯.୨୫% ହାରରେ ୩ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବ୍ୟବସ୍ଥା କରିବା ପ୍ରସ୍ତାବକୁ ମେ ୨୧ରେ କ୍ୟାବିନେଟ ଅନୁମୋଦନ ଦେଇଥିଲା। କୋଭିଡ୍‌ ୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଶିଳ୍ପଗୁଡିକୁ ସହାୟତା ଯୋଗାଇ ଦେବା ଲାଗି ଏଭଳି ବ୍ୟବସ୍ଥା ହୋଇଛି। ଏହି ଋଣର ୧୦୦% ଗ୍ୟାରେଣ୍ଟି ସରକାର ନେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri