ଏମ୍‌ଏସ୍‌ଏମ୍‌ଇଙ୍କୁ ମିଳିଗଲା ୪୦ହଜାର କୋଟି ବକେୟା

ନୂଆଦିଲ୍ଲୀ,୨୮-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ସମସ୍ତ ମନ୍ତ୍ରଣାଳୟ ଠାରୁ ଆସନ୍ତା ୪ ତ୍ରୈମାସ ବା ଏକ ବର୍ଷର ପୁଞ୍ଜିଗତ ବ୍ୟୟର ବିସ୍ତୃତ ଯୋଜନା ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଖର୍ଚ୍ଚ ବୃଦ୍ଧିକୁ ପ୍ରୋତ୍ସାହିତ କରିହେବ ବୋଲି କୁହାଯାଉଛି। କେତେକ ନିର୍ଦ୍ଦିଷ୍ଟ ମନ୍ତ୍ରଣାଳୟ ସହ ଆଲୋଚନା କରିବା ପରେ ସେ କହିଛନ୍ତି ଯେ, ସରକାରୀ ବିଭାଗ ସମସ୍ତ ବକେୟାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଦାନ କରିବେ। ଅନ୍ୟପକ୍ଷରେ ସରକାରଙ୍କ ଉପରେ ଏମ୍‌ଏସ୍‌ଏମଇଙ୍କର ୬୦ ହଜାର କୋଟି ଟଙ୍କା ବକେୟା ରହିଥିବା ବେଳେ ଇତିମଧ୍ୟରେ ୪୦ ହଜାର କୋଟି ଟଙ୍କା ଦିଆସରିଛି ଓ ଅବଶିଷ୍ଟ ଟଙ୍କା ଅକ୍ଟୋବର ପ୍ରଥମ ସପ୍ତାହ ଭିତରେ ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି।
ସୂଚନାଥାଉ କି, ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ଏବେ ଘୋର ନଗଦ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ବିଭିନ୍ନ ମନ୍ତ୍ରଣାଳୟ ଉପରେ ସେମାନଙ୍କର ବକେୟା ଦୀର୍ଘ ଦିନ ହେବ ପଡି ରହିଛି। ଏହି କାରଣରୁ ସେମାନଙ୍କର ଉତ୍ପାଦନ ବାଧାପ୍ରାପ୍ତ ହେଉଛି ଓ ବ୍ୟୟ ବୃଦ୍ଧି ପାଉନାହିଁ। ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ସୀତାରାମନ୍‌ କହିଛନ୍ତି ଯେ, ସରକାର ଏମ୍‌ଏସ୍‌ଏମ୍‌ଇଙ୍କ ବକେୟା ଅଟକାଇପାରିବେ ନାହିଁ। ଏଥିରେ ଉପସ୍ଥିତ ଥିବା ବ୍ୟୟ ସଚିବ ଜି.ସି.ମୁର୍ମୁ କହିଛନ୍ତି ଯେ, ଅଗଷ୍ଟ ସୁଦ୍ଧା ସରକାରଙ୍କ ପୁଞ୍ଜି ବ୍ୟୟ ୪୨%ରେ ପହଞ୍ଚତ୍ଛି। ଅର୍ଥ ମନ୍ତ୍ରୀ ଶନିବାର କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମୁଖ୍ୟମାନଙ୍କୁ ଭେଟିବେ ବୋଲି ସେ ସୂଚନା ଦେଇଛନ୍ତି। ଏଥିପୂର୍ବରୁ ବ୍ୟୟ ସଚିବ ମୁର୍ମୁ ଓ ଆର୍ଥିକ ବ୍ୟାପାର ସଚିବ ଅତନୁ ଚକ୍ରବର୍ତ୍ତୀ ସଡ଼କ ପରିବହନ ଓ ରାଜପଥ, ରେଲଓ୍ବେ, ଟେଲିକମ,ହାଉସିଂ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ବସି ସେମାନଙ୍କର ପୁଞ୍ଜି ବ୍ୟୟର ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri