ଏମ୍‌ଏସ୍‌ଏମ୍‌ଇଙ୍କୁ ମିଳିଗଲା ୪୦ହଜାର କୋଟି ବକେୟା

ନୂଆଦିଲ୍ଲୀ,୨୮-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ସମସ୍ତ ମନ୍ତ୍ରଣାଳୟ ଠାରୁ ଆସନ୍ତା ୪ ତ୍ରୈମାସ ବା ଏକ ବର୍ଷର ପୁଞ୍ଜିଗତ ବ୍ୟୟର ବିସ୍ତୃତ ଯୋଜନା ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଖର୍ଚ୍ଚ ବୃଦ୍ଧିକୁ ପ୍ରୋତ୍ସାହିତ କରିହେବ ବୋଲି କୁହାଯାଉଛି। କେତେକ ନିର୍ଦ୍ଦିଷ୍ଟ ମନ୍ତ୍ରଣାଳୟ ସହ ଆଲୋଚନା କରିବା ପରେ ସେ କହିଛନ୍ତି ଯେ, ସରକାରୀ ବିଭାଗ ସମସ୍ତ ବକେୟାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଦାନ କରିବେ। ଅନ୍ୟପକ୍ଷରେ ସରକାରଙ୍କ ଉପରେ ଏମ୍‌ଏସ୍‌ଏମଇଙ୍କର ୬୦ ହଜାର କୋଟି ଟଙ୍କା ବକେୟା ରହିଥିବା ବେଳେ ଇତିମଧ୍ୟରେ ୪୦ ହଜାର କୋଟି ଟଙ୍କା ଦିଆସରିଛି ଓ ଅବଶିଷ୍ଟ ଟଙ୍କା ଅକ୍ଟୋବର ପ୍ରଥମ ସପ୍ତାହ ଭିତରେ ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି।
ସୂଚନାଥାଉ କି, ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ଏବେ ଘୋର ନଗଦ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ବିଭିନ୍ନ ମନ୍ତ୍ରଣାଳୟ ଉପରେ ସେମାନଙ୍କର ବକେୟା ଦୀର୍ଘ ଦିନ ହେବ ପଡି ରହିଛି। ଏହି କାରଣରୁ ସେମାନଙ୍କର ଉତ୍ପାଦନ ବାଧାପ୍ରାପ୍ତ ହେଉଛି ଓ ବ୍ୟୟ ବୃଦ୍ଧି ପାଉନାହିଁ। ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ସୀତାରାମନ୍‌ କହିଛନ୍ତି ଯେ, ସରକାର ଏମ୍‌ଏସ୍‌ଏମ୍‌ଇଙ୍କ ବକେୟା ଅଟକାଇପାରିବେ ନାହିଁ। ଏଥିରେ ଉପସ୍ଥିତ ଥିବା ବ୍ୟୟ ସଚିବ ଜି.ସି.ମୁର୍ମୁ କହିଛନ୍ତି ଯେ, ଅଗଷ୍ଟ ସୁଦ୍ଧା ସରକାରଙ୍କ ପୁଞ୍ଜି ବ୍ୟୟ ୪୨%ରେ ପହଞ୍ଚତ୍ଛି। ଅର୍ଥ ମନ୍ତ୍ରୀ ଶନିବାର କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମୁଖ୍ୟମାନଙ୍କୁ ଭେଟିବେ ବୋଲି ସେ ସୂଚନା ଦେଇଛନ୍ତି। ଏଥିପୂର୍ବରୁ ବ୍ୟୟ ସଚିବ ମୁର୍ମୁ ଓ ଆର୍ଥିକ ବ୍ୟାପାର ସଚିବ ଅତନୁ ଚକ୍ରବର୍ତ୍ତୀ ସଡ଼କ ପରିବହନ ଓ ରାଜପଥ, ରେଲଓ୍ବେ, ଟେଲିକମ,ହାଉସିଂ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ବସି ସେମାନଙ୍କର ପୁଞ୍ଜି ବ୍ୟୟର ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?