ଏମ୍‌ଏସ୍‌ଏମ୍‌ଇର ସଶକ୍ତୀକରଣ ଜରୁରୀ

ଭୁବନେଶ୍ୱର,୧୪-୭(ବ୍ୟୁରୋ): ଦେଶର ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ଅଣୁକ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଗୁଡିକ ପ୍ରମୁଖ ଅଂଶୀଦାର ହୋଇପାରିବେ। ବର୍ତ୍ତମାନ ସ୍ଥିତିରେ ଏହି ଶିଳ୍ପଗୁଡିକର ଜିଡିପିକୁ ଯୋଗଦାନ ନଗଣ୍ୟ ରହିଛି। ଏଭଳି ସ୍ଥିତିକୁ ଧ୍ୟାନରେ ରଖି ଏମ୍‌ଏସ୍‌ଏମ୍‌ଇଗୁଡିକର ସଶକ୍ତୀକରଣ ଜରୁରୀ ବୋଲି ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପକ୍ଷରୁ ଭିଜନ ଓଡ଼ିଶା ସଂକ୍ରାନ୍ତ କାର୍ଯ୍ୟକ୍ରମରେ ଏହା ମତ ପ୍ରକାଶ ପାଇଛି। ପ୍ରତିଷ୍ଠାନ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟର ଏମ୍‌ଏସ୍‌ଏମ୍‌ଇଗୁଡିକୁ ବିକାଶ ନେଇ ବିଭିନ୍ନ ଆଲୋଚନା ହୋଇଥିଲା। ସିଏସ୍‌ଆଇଆର୍‌ ଆନୁକୂଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟରେ କ୍ଷୁଦ୍ରଶିଳ୍ପର ବିକାଶ ନେଇ ସିଏସ୍‌ଆଇଆର୍‌ ଲାବରୋଟୋରୀ, ଓଡ଼ିଶା ସରକାର ଏବଂ ୟୁଏନ୍‌ଆଇଡିଓ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିରେ ପେଟେଣ୍ଟ ଦୃଢିକରଣ, ନୂତନ ଜ୍ଞାନକୌଶଳ ବ୍ୟବହାର, ଦକ୍ଷତା ବିକାଶ, ଏମ୍‌ଏସ୍‌ଏମ୍‌ଇ ଊତ୍ପାଦଗୁଡିକର ସିଏସ୍‌ଆଇଆର ଅଧୀନରେ ବ୍ରାଣ୍ଡିଂ, ପରୀକ୍ଷା ପ୍ରମାଣପତ୍ର ପ୍ରଦାନ ଉପରେ ଏଠାରେ ଆଲୋଚନା କରାଯାଇଥିଲା।
ସିଏସ୍‌ଆଇଆର୍‌ ଲ୍ୟାବ ସହାୟତାରେ ୟୁଏନ୍‌ଆଇଡିଓ କ୍ଷୁଦ୍ରଶିଳ୍ପ ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ ଉପରେ ଏଠାରେ ମତ ପ୍ରକାଶ ପାଇଛି। ସେହିଭଳି ଭିଜନ ପେପରକୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବା ନେଇ ନିଷ୍ପତ୍ତି ହୋଇଛି। ଭିଜନ ପେପରରେ ଜଳ ସଂରକ୍ଷଣ, ଭୂତଳ ଜଳ ପରିଚାଳନା, ଶିଳ୍ପ ସଂସ୍ଥାଗୁଡିକର ବର୍ଜ୍ୟ ପରିଚାଳନା, ପରିବେଶ ଉପଯୋଗୀ ଡାଉନଷ୍ଟ୍ରିମ ଶିଳ୍ପ, ପରିବେଶ ଉପଯୋଗି ଶକ୍ତି ପରିଚାଳନା ଭଳି ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡିକ ଉପରେ ଗୁରୁତ୍ୱାରୋପ କରାଯାଇଛି। ସିଏସ୍‌ଆଇଆର୍‌ ମହାନିର୍ଦ୍ଦେଶକଙ୍କ ପରାମର୍ଶଦାତା ଡ.ଡି. ସେନଗୁପ୍ତା କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ପ୍ରଫେସର ନିର୍ଦ୍ଦେଶକ ଏସ୍‌. ବାସୁଙ୍କ ସମେତ ୧୨ ସିଏସ୍‌ଆଇଆର୍‌ ଲାବୋରେରଟେରୀର ବରିଷ୍ଠ ବୈଜ୍ଞାନିକ ଏବଂ ନିର୍ଦ୍ଦେଶକମାନେ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ। ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀମାନେ ଏଠାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri