ଏମ୍‌କେସିଜି କରୋନା ୱାର୍ଡରୁ ସନ୍ଦିଗ୍ଧ ଫେରାର

ବ୍ରହ୍ମପୁର ଅଫିସ,୧୬ା୩: ବ୍ରହ୍ମପୁର ବଡ ମେଡିକାଲରେ ଗତ ୧୪ ତାରିଖରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ଶନିବାର ବିଳମ୍ବିତ ରାତିରେ ସେ ଫେରାର ହୋଇଯାଇଛନ୍ତି ।
ରବିବାର ସକାଳେ ୱାର୍ଡରେ ତାଙ୍କୁ ନ ପାଇ ମେଡିକାଲ ଅଧୀକ୍ଷକଙ୍କୁ କାର୍ଯ୍ୟରତ କର୍ମଚାରୀମାନେ । ପରେ ଅଧୀକ୍ଷକ ପ୍ରଫେସର ସନ୍ତୋଷ କୁମାର ମିଶ୍ର ଏନେଇ ବିଏନ୍‌ପୁର ଥାନାରେ ଅଭିଯୋଗ । ଅଧୀକ୍ଷକଙ୍କ ରିପୋର୍ଟ ଆଧାରରେ ପୋଲିସ ଷ୍ଟେଶନ ଡାଏରୀ କରିବା ସହ ସନ୍ଦିଗ୍ଧଙ୍କୁ ଖୋଜା ଚାଲିଛି। ମେଡିକାଲ ପରିସରରେ ରୋଗୀମାନଙ୍କ ସୁରକ୍ଷା ପାଇଁ କଡା ନିରାପତ୍ତା ବ୍ୟବସ୍ଥା କରାଯାଇଥିବା ବେଳେ ସେ ସେଠାରୁ କିପରି ଫେରାର ହେଲେ, ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ପୁରୀ ଜିଲା କଷ୍ଣପ୍ରସାଦ ଥାନା ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ମାର୍ଚ୍ଚ ୧୪ ତାରିଖ ସକାଳେ ଏମ୍‌କେସିଜି ମେଡିକାଲ କରୋନା ୱାର୍ଡରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଭୁବନେଶ୍ୱର ଆରଏମ୍‌ଆରସିକୁ ପଠାଯାଇଥିଲା ବୋଲି ମେଡିକାଲ ଅଧୀକ୍ଷକ ସୂଚାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri