ଏମ୍‌କେସିଜିରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି: ଚେନ୍ନାଇରୁ ଫେରିଥିଲେ ଫୁଲବାଣୀ

ବ୍ରହ୍ମପୁର ଅଫିସ ,୨୬।୪ – ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି ) ମେଡିକାଲରେ ବୁଧବାର ଜଣେ ସନ୍ଦିଗ୍ଧ କରୋନା ବ୍ୟକ୍ତି ଭର୍ତ୍ତି ହୋଇଛନ୍ତି। ସେ ଜଣେ ଡ୍ରାଇଭର। ୨ ଦିନ ତଳେ ଟ୍ରକ୍‌ରେ ମାଲ ବୋଝେଇ କରି ସେ ଚେନ୍ନାଇରୁ ଫୁଲବାଣୀ ଫେରିଥିଲେ । ମଙ୍ଗଳବାର ତାଙ୍କର ଦୁର୍ଘଟଣା ଘଟିଥିଲା । ଅପରପକ୍ଷେ ସେ କାଶ ଓ ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ଏମ୍‌କେସିଜିରେ ତାଙ୍କୁ ବୁଧବାର ସକାଳେ ଭର୍ତ୍ତି କରାଯାଇଥିଲା । ବୁଧବାର ସନ୍ଦିଗ୍ଧଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ହୋଇପାରି ନ ଥିବାରୁ ଅସ୍ତ୍ରୋପଚାର ବିଭାଗରେ ତାଙ୍କର ଚିକିତ୍ସା ହୋଇପାରି ନ ଥିଲା। ମଧ୍ୟାହ୍ନରେ ତାଙ୍କର ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି ବୋଲି ମେଡିକାଲ ଅଧିକ୍ଷକ ପ୍ରଫେସର ଡ଼.ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି।
ସେହିପରି କରୋନା ମହାମାରୀ ବ୍ୟାପିବା ପରେ ଗଞ୍ଜାମ ଜିଲ୍ଲାରେ ଏଯାବତ ୧୪୪୪ ଜଣଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇ ଭୁବନେଶ୍ୱରସ୍ଥିତ ଆର୍‌ଏମ୍‌ଆର୍‌ସି ଓ ଏମ୍‌କେସିଜିର କରୋନା ପରୀକ୍ଷଣ କେନ୍ଦ୍ରକୁ ପଠାଯାଇଛି। ସେଥିମଧ୍ୟରୁ ୧୦୯୫ ଜଣଙ୍କ ରିପୋର୍ଟ ମିଳିଥିବା ବେଳେ ସମସ୍ତ ରିପୋର୍ଟ ନେଗେଟିଭ ରହିଛି। ବଳକା ନମୁନା ଗୁଡିକର ରିପୋର୍ଟ ଖୁବଶୀଘ୍ର ଆସିଯିବ ବୋଲି ମେଡିକାଲ ସୂତ୍ରରୁ ପ୍ରକାଶ । ଗତ କିଛିଦିନ ମଧ୍ୟରେ ଚେନାଇ ରୁ ୧୩୭ ଜଣ ମସ୍ୟଜୀବୀ ଜଳପଥରେ ଗଞ୍ଜାମ ଆସିଛନ୍ତି । ସେହିପରି ସୁରଟରୁ ମଧ୍ୟ ୩୦୦ରୁ ଊଦ୍ଧର୍‌ବ ବ୍ୟକ୍ତି ଜିଲାକୁ ଫେରିଛନ୍ତି। ଆଗକୁ ଆହୁରି ପ୍ରବାସୀ ଓଡ଼ିଆ ମାନେ ଫେରିବେ । ତେଣୁ ଆଗାମୀ ଦିନରେ ଗଞ୍ଜାମ ଜିଲାରେ ହଜାର ହଜାର ସ୍ବାବ ନମୁନା ସଂଗ୍ରହ କରାଯିବ ବୋଲି ଆକଳନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri