ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୨୬ା୪-ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ରବିବାର ଜଣେ କରୋନା ସନ୍ଦିିଗ୍ଧ ଭର୍ତ୍ତି ହୋଇଛନ୍ତି। ସେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ରବିବାର ସକାଳେ ସେ ନିଜ ଘର ଚିକିଟକୁ ଫେରିଥିଲେ। ତାଙ୍କର କାଶ ଓ ଜ୍ୱର ହୋଇଥିବାରୁ ଏମ୍‌କେସିଜିରେ ତାଙ୍କୁ ଭର୍ତ୍ତି କରାଯାଇଛି। ସନ୍ଦିିଗ୍ଧଙ୍କ ସ୍ବାବ୍‌ ରବିବାର ଅପରାହ୍ନରେ ସଂଗ୍ରହ କରାଯାଇଛି ବୋଲି ଅଧୀକ୍ଷକ ପ୍ରଫେସର ଡ. ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ଶନିବାର ଏମ୍‌କେସିଜିରେ ଭର୍ତ୍ତି ହୋଇଥିବା ଦିଲ୍ଲୀ ଫେରନ୍ତାଙ୍କ ସ୍ବାବ୍‌ ରିପୋର୍ଟ ଆସି ନ ଥିବା ଅଧୀକ୍ଷକ କହିଛନ୍ତି। ସେହିପରି ଏମ୍‌କେସିଜିର କରୋନା ପରୀକ୍ଷା କେନ୍ଦ୍ରରେ ଏଯାବତ ୩୦୦ରୁ ଊର୍ଦ୍ଧ୍ୱ ସନ୍ଦିିଗ୍ଧଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସମସ୍ତ ରିପୋର୍ଟ ନେଗେଟିଭ ଥିବା ମେଡିକାଲ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?