ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୭ା୩
ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଜିଲାରେ ୧୪୪ ଧାରା ଜାରି ହୋଇଛି। ଏମ୍‌କେସିଜି ମେଡିକାଲରେ ଗତ ୧୪ ତାରିଖରେ ୩ ଜଣ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିବା ବେଳେ ସୋମବାର ପୁଣି ଜଣେ ୭୦ ବର୍ଷିୟା ବୃଦ୍ଧା ଓ ଇଞ୍ଜିନିୟରିଂ ଛାତ୍ର ଏହି ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ବୃଦ୍ଧା ଜଣକ ଦିଗପହଣ୍ଡି ଅଞ୍ଚଳର। ସେ ଫେବୃୟାରୀରେ ମାଉଣ୍ଟଆବୁ ଯାଇ ୫ ଦିନ ତଳେ ଗଁାକୁ ଫେରିଥିଲେ। ସ୍ବାସ୍ଥ୍ୟ ଖରାପ ଥିବାରୁ ତାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିଲା। କାଶ ନ କମିବାରୁ ତାଙ୍କୁ କରୋନା ୱାର୍ଡରେ ଭର୍ତ୍ତି କରାଯାଇଛି ବୋଲି ଅଧୀକ୍ଷକ ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଆରଏମ୍‌ଆରସିକୁ ପଠାଯାଇଛି। ସେହିପରି ବ୍ରହ୍ମପୁର ନିକଟ ଏକ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ର ନିକଟରେ କାଜାକସ୍ଥାନରେ ରହୁଥିବା ସମ୍ପର୍କୀୟଙ୍କ ପାଖକୁ ଯାଇ ସେଠାରୁ ଫେରିଥିଲେ। ତାଙ୍କ କାଶ ଛିଙ୍କ ନ କମିବାରୁ ସୋମବାର ସନ୍ଧ୍ୟାରେ ଏମ୍‌କେସିଜି କରୋନା ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସ୍ବାବ୍‌ ସଂଗ୍ରହ କରି ମଙ୍ଗଳବାର ଆର୍‌ଏମ୍‌ଆର୍‌ସିକୁ ପଠାଯିବ ବୋଲି ମେଡିକାଲ ସୂତ୍ରରୁ ପ୍ରକାଶ।
ପୂର୍ବରୁ ଚିକିଟି ଅଞ୍ଚଳର ଦମ୍ପତି ଦୁବାଇର ଆବୁଧାବିରେ ଶ୍ରମିକ ଭାବେ କାମ କରୁଥିବାବେଳେ ନିକଟରେ ସେମାନେ ଗଁାକୁ ଫେରିଥିଲେ। ତାଙ୍କ କରୋନା ଭାଇରସ୍‌ ରିପୋର୍ଟ ସେଠାରେ ନେଗେଟିଭି ଥିବାବେଳେ ଗ୍ରାମବାସୀ ତାଙ୍କୁ ପୁଣିଥରେ ପରୀକ୍ଷା ପାଇଁ ଏମ୍‌କେସିଜିରେ ଭର୍ତ୍ତି କରିଥିଲେ। ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଜଣେ ସନ୍ଦିଗ୍ଧ ମଧ୍ୟ ଏମ୍‌କେସିଜିରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ଲାଳ (ସ୍ବାବ) ପରୀକ୍ଷା ପାଇଁ ଆର୍‌ଏମଆରସିକୁ ପଠାଯାଇଛି। ବର୍ତ୍ତମାନ ସୁଦ୍ଧା ରିପୋର୍ଟ ମିଳିନାହିଁ ବୋଲି ଅଧୀକ୍ଷକ ମିଶ୍ର କହିଛନ୍ତି। ୧୪ ତାରିଖ ସକାଳେ କୃଷ୍ଣପ୍ରସାଦ ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଏମ୍‌କେସିଜିରେ ଭର୍ତ୍ତି ହୋଇଥିଲେ। ସେ ରାତିରେ ଫେରାର ହୋଇଯାଇଥିଲେ।୧୫ ତାରିଖରେ ଏମ୍‌କେସିଜି କର୍ତ୍ତୃପକ୍ଷ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। କୃଷ୍ଣପ୍ରସାଦ ଲୋକେ ସନ୍ଦିଗ୍ଧଙ୍କୁ ଗଁାରେ ରଖାଇ ନ ଦେବାରୁ ସେ ୧୫ ତାରିଖ ବିଳମ୍ବିତ ରାତିରେ ପୁଣିଥରେ ଏମ୍‌କେସିଜିକୁ ଫେରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?