ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ, ସ୍ବାବ୍‌ ରିପୋର୍ଟ ମିଳିବାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୧୯ା୪: ମେଡିକାଲର ସଂଘରୋଧ କକ୍ଷରେ ୩ ଜଣ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି । ପ୍ରାୟ ୪ ଦିନ ହେଲା ଏହାର ରିପୋର୍ଟ ମିଳିପାରିନାହିଁ । ରିପୋର୍ଟ ମିଳିବାରେ ବିଳମ୍ବ ଘଟୁଥିବାରୁ ରୋଗୀ ସମ୍ପର୍କୀୟଙ୍କ ମଧ୍ୟରେ ସନ୍ଦେହ ବଢୁଛି। ଶନିବାର ଏମ୍‌କେସିଜିରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କ ଏଯାବତ୍‌ ପରିଚୟ ସ୍ପଷ୍ଟ ହୋଇପାରି ନ ଥିବା ମେଡିକାଲ ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର କହିଛନ୍ତି । ଏପରିକି ସେ କେଉଁଠୁ ଓ କିପରି ରେଳଷ୍ଟେଶନ ନିକଟକୁ ଆସିଲେ ସେ ନେଇ ମଧ୍ୟ ସଠିକ୍‌ ସୂଚନା ମିଳୁ ନ ଥିବା ସେ କହିଛନ୍ତି। ପୂର୍ବରୁ ଏମ୍‌କେସିଜିର କରୋନା ଓ୍ବାର୍ଡରେ ପର୍ଯ୍ୟାୟ କ୍ରମେ ଭର୍ତ୍ତି ହୋଇଥିବା ପ୍ରାୟ ୪୮ ଜଣ ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସେମାନଙ୍କୁ ମେଡିକାଲରୁ ଡିସ୍‌ଚାର୍ଜ କରାଯାଇଛି। ବର୍ତ୍ତମାନ ମେଡିକାଲରେ ଥିବା ୩ ସନ୍ଦିଗ୍ଧଙ୍କ ସ୍ବାବ୍‌ ରିପୋର୍ଟ ରବିବାର ରାତି ସୁଦ୍ଧା ଆସିଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri