ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଆରମ୍ଭ ହେଲା କାମ

ଦାରିଙ୍ଗବାଡ଼ି,୧୮।୪(ଡି.ଏନ.ଏ)- କରୋନା ଯୋଗୁ ଶ୍ରମିକମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ସେମାନଙ୍କୁ ରୋଜଗାରକ୍ଷମ ଏବଂ ବ୍ଲକର ବିଭିନ୍ନ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ସହ ଜିଲାପ୍ରଶାସନର ସହଭାଗିତାରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ଲୋକଙ୍କୁ ଏହି ଯୋଜନାରେ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯିବା ସହ ସଂଘର ସଦସ୍ୟ ସଚେତନ ବାର୍ତ୍ତା ଘରେ ଘରେ ପହଞ୍ଚାଇଛନ୍ତି। ବ୍ଲକର ଗ୍ରୀନବାଡ଼ି ପଞ୍ଚାୟତରେ ସରପଞ୍ଚ ସଞ୍ଜୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ଅନ୍ତରଙ୍ଗ ଯୁବ ସଂଘର ବ୍ଲକ ସଂଯୋଜକ ଧନେଶ୍ୱର ସାହୁଙ୍କ ସହଯୋଗରେ ତଗାପାଙ୍ଗା ଗ୍ରାମ ସମେତ କୁତୁବାଡ଼ି, ଜିଡ଼ିଙ୍ଗମାଲା, ସାଙ୍ଗୁଡ଼ୁମାହା, ସାରେଜୁ ଆଦି ଅଞ୍ଚଳରେ ପ୍ରାୟ ୨ଶହରୁ ଉର୍ଦ୍ଧ୍ୱ ମହିଳା ଏବଂ ପୁରୁଷ ଶ୍ରମିକଙ୍କୁ ନେଇ କାମ ଆରମ୍ଭ ହୋଇଛି। ସେଠାରେ ସରକାରୀ ନିର୍ଦ୍ଦେଶ ମୁତାବକ ସାମାଜି ଦୂରତା ରକ୍ଷା କରାଯାଉଛି। ଏହି କାମର ତୁରନ୍ତ ପାରିଶ୍ରମିକ ପ୍ରଦାନ କରାଯିବ ବୋଲି ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ମୁଜିବର ରେହମାନ ମଲ୍ଲିକ କହିଛନ୍ତି। ସେ କହିଛନ୍ତି ଯେ ଏକମାତ୍ର ରୋଜଗାର ପାଇଁ ଏହି ଯୋଜନାରେ କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। କୂଅ ଖନନ ସମେତ ରାସ୍ତା , କୋଠା ନିର୍ମାଣ ଆଦି କାର୍ଯ୍ୟ ତ୍ୱରାନ୍ନିତ କରି ଲୋକଙ୍କୁ ରୋଜଗାର ଦିଆଯାଉଛି। ସେ ନିଜେ ବୁଲି ସମସ୍ତ କାର୍ଯ୍ୟର ତଦାରଖା କରୁଥିବା ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri