ଏମ୍‌ପିଙ୍କ ଅଚାନକ ନବୋଦୟ ବିଦ୍ୟାଳୟ ପରିଦର୍ଶନ: ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ସହାୟତା ଦେବାକୁ ପ୍ରତିଶ୍ରୁତି

ନୂଆପଡା ଅଫିସ/ତରବୋଡ,୨୯।୮(ଡି.ଏନ.ଏ.) କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ କୁମାର ପଣ୍ଡା ଜିଲା ଗସ୍ତ ସମୟରେ ବୁଧବାର ଅଚାନକ ତରବୋଡସ୍ଥିତ ନବୋଦୟ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏହି ସମୟରେ ସେ ଛାତ୍ରୀଛାତ୍ରଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ବିଦ୍ୟାଳୟରେ ଥିବା ବିଭିନ୍ନ ଅସୁବିଧାକୁ ପାଣ୍ଠି ଯୋଗାଇ ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିବା ବେଳେ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ମଧୁର ସମ୍ପର୍କ ସ୍ଥାପନ କରିବାକୁ ପରାମର୍ଶ ଦେଇଛନ୍ତି ।
ଏମପି ପଣ୍ଡା କୋମନା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରୁଥିବା ବେଳେ ତରବୋଡସ୍ଥିତ ନବୋଦୟ ବିଦ୍ୟାଳୟ ଅଚାନକ ଗସ୍ତ କରିଥିଲେ। ବିଦ୍ୟାଳୟର ବିଭିନ୍ନ ୱାର୍ଡକୁ ବୁଲି ଦେଖିବା ପରେ ଛାତ୍ରୀଛାତ୍ରଙ୍କ ସହ ସ୍ବତନ୍ତ୍ର ଭାବେ ଆଲୋଚନା କରିଥିଲେ । ଛାତ୍ରୀଛାତ୍ରମାନେ ବିଭିନ୍ନ ସମସ୍ୟା ଉପରେ ଏମପିଙ୍କୁ ଖୋଲାଖୋଲି ଭାବେ କହିଥିଲେ । ପିଲାଙ୍କ ସହ ରନ୍ଧାଖାଦ୍ୟ ପରଖି ଦେଖିଥିଲେ। ଏହାକୁ ଟିକିଏ ଉନ୍ନତମାନର କରିବାକୁ ଅଧ୍ୟକ୍ଷାଙ୍କୁ କହିଥିଲେ। ଉଲ୍ଲେଖଯୋଗ୍ୟ ଯେ, ଗତ ୧୫ ଦିନ ତଳେ ବିଭିନ୍ନ ସମସ୍ୟା ନେଇ ଛାତ୍ରୀଛାତ୍ରମାନେ ଚାଲି ଚାଲି ନୂଆପଡ଼ା ଆସି ଜିଲାପାଳଙ୍କୁ ଅଭିଯୋଗ କରିଥିଲେ। ଏମପି ପଣ୍ଡା ବିଦ୍ୟାଳୟ ଶୃଙ୍ଖଳାକୁ ଭଙ୍ଗ ନ କରିବାକୁ ଛାତ୍ରୀଛାତ୍ରଙ୍କୁ ଉପଦେଶ ଦେଇଥିଲେ। ବିଦ୍ୟାଳୟ ତରଫରୁ ଅଧ୍ୟକ୍ଷାଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ବିଭିନ୍ନ ସମସ୍ୟା ଉପରେ ଏମପିଙ୍କୁ ଅବଗତ କରିଥିଲେ। ବିଦ୍ୟାଳୟ ପାଇଁ ଏକ ସ୍ବତନ୍ତ୍ର ସ୍କୁଲ ବସ, ନୂତନ କମ୍ପ୍ୟୁଟର, ସଭା ଗୃହ ସକାଶେ ପାଣ୍ଠି ଯୋଗାଇ ଦେବାକୁ ଏମପି ପ୍ରତିଶ୍ରୁତି ଦେଇଥିଲେ। ବିଦ୍ୟାଳୟ ଏକ ପବିତ୍ର ମନ୍ଦିର । ଏଠାରେ ଛାତ୍ରୀଛାତ୍ରଙ୍କୁ ନିଜର ସନ୍ତାନ ସଦୃଶ ବ୍ୟବହାର କରି ମନୋନିବେଶ କରି ଶିକ୍ଷାଦାନ କରିବାକୁ ଶିକ୍ଷୟିତ୍ରୀଶିକ୍ଷକ, ଅଧ୍ୟକ୍ଷଙ୍କୁ କହିଥିଲେ। ବିଦ୍ୟାଳୟ ପରିଦର୍ଶନ ବେଳେ ଅନ୍ୟମାନଙ୍କ ମଧ୍ୟରେ ତୁଳସ ପଟେଲ, ରାଜ୍ୟ ଏସସି ମୋର୍ଚ୍ଚା ଉପସଭାପତି ମନିଜର ଆର୍ଯ୍ୟ, ବ୍ୟାସ ନାରାୟଣ ଅହୀର, କେଶବ ବେହେରା, ସଦାନନ୍ଦ ଯୋଷୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri