ଏମ୍‌ପିଙ୍କ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

ଧର୍ମଶାଳା,୧୩ା୮(ଡି.ଏନ୍‌.ଏ.)- ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସୋମବାର ଅଚାନକ୍‌ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ମେଡିକାଲରେ ଥିବା ରୋଗୀଙ୍କ ଚିକିତ୍ସା ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଏଥିସହ ବିଭିନ୍ନ ବିଭାଗ ବୁଲିଦେଖିବା ସହ ନିରାମୟ ଯୋଜନାରେ ରୋଗୀ ଉପଯୁକ୍ତ ଔଷଧ ପାଉଛନ୍ତି ନା ନାହିଁ ସେ ସମ୍ପର୍କରେ ପଚାରିଥିଲେ। ପରେ ମେଡିକାଲ ପରିସରରେ ଥିବା ଏମ୍‌ସିଏଚ୍‌ ବିଲଡିଂ ପରିଦର୍ଶନ କରିଥିଲେ। କେଉଁ କାରଣରୁ ଏହା କାର୍ଯ୍ୟକ୍ଷମ ହେଉ ନାହିଁ ସେ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଡାକ୍ତରଖାନାରେ ଦୀର୍ଘଦିନ ହେବ ଖାଲି ପଡିଥିବା ଡାକ୍ତର ପଦବୀ ଓ ଅନ୍ୟାନ୍ୟ ଆନୁଷାଙ୍ଗିକ ସୁବିଧା ଉପଲବ୍ଧ ନ ଥିବାରୁ ଏମ୍‌ପି ଅସନ୍ତୋଷ ବ୍ୟକ୍ତ କରିଥିଲେ। ଡାକ୍ତରଖାନାରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହେବା ସହ ଏହାର ସମାଧାନ ପାଇଁ ବିଭାଗୀୟ ମନ୍ତ୍ରୀଙ୍କ ସହିତ ଆଲୋଚନା କରି ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ଏହି ଗସ୍ତ ସମୟରେ ଯାଜପୁର ଏଡିଏମ୍‌ଓ କାହ୍ନୁଚରଣ ନାୟକ, ଧର୍ମଶାଳା ସିଏଚ୍‌ସିର ଅଧିକାରୀ ମାନସରଞ୍ଜନ ସ୍ବାଇଁ, ବିଏଚ୍‌ଇଓ ଏସ୍‌ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ପ୍ରକାଶ ଯେ, ଏହି ଡାକ୍ତରଖାନାରେ ୬ ଜଣ ଡାକ୍ତରଙ୍କ ଆବଶ୍ୟକତା ରହିଥିବା ବେଳେ ମାତ୍ର ୩ ଜଣ ଡାକ୍ତର ଥିବାରୁ ଅନେକ ସମୟରେ ରୋଗୀସେବା ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri