ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ମୁମ୍ବାଇ,୧୦-୧୦: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ବୁଧବାର ଏହାର ମାର୍ଜିନାଲ କଷ୍ଟ ଫଣ୍ଡ୍‌ସ ବେସ୍‌ଡ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ହାରକୁ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ସବୁ ବର୍ଗର ଋଣ ଉପରେ ଏହା ଲାଗୁ ହେବ। ଅପରପକ୍ଷରେ ବ୍ୟାଙ୍କ ଏହାର ୧ ଲକ୍ଷ ଟଙ୍କାରୁ କମ୍‌ ଜମା ଉପରେ ସୁଧ ପ୍ରଦାନ ହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରି ୩.୨୫% କରିଛି। ଚଳିତ ବର୍ଷ ଏପ୍ରିଲ ପରଠାରୁ ଏସ୍‌ବିଆଇ ଏମ୍‌ସିଏଲ୍‌ଆର୍‌କୁ ୬ ଥର ଲାଗି ହ୍ରାସ କରିଛି। ଅକ୍ଟୋବର ୧୦ଠାରୁ ଏହି ନିଷ୍ପତ୍ତି ଲାଗୁ ହେବ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଜମା ହାର ଉପରେ ପରିବର୍ତ୍ତିତ ନିୟମ ନଭେମ୍ବର ପହିଲାରୁ କାର୍ଯ୍ୟକାରୀ ହେବ। ଅକ୍ଟୋବର ୧ ପରଠାରୁ ରେପୋ ସଂଯୋଗୀ ରିଟେଲ ଋଣକୁ ବାଦ ବର୍ଷିକିଆ ଏମ୍‌ସିଏଲ୍‌ଆର୍‌ ୮.୧୫% ପରିବର୍ତ୍ତେ ୮.୦୫%କୁ ଖସିଛି। ପାର୍ବଣ ସମୟରେ ଗ୍ରାହକଙ୍କୁ ସୁବିଧା ପ୍ରଦାନ ଲାଗି ଏଭଳି ପଦକ୍ଷେପ ଘୋଷଣା କରାଯାଇଥିବା ବ୍ୟାଙ୍କ ପ୍ରକାଶ କରିଛି। ସେହିଭଳି ବ୍ୟାଙ୍କ ଏହାର ରିଟେଲ ଟର୍ମ ଜମା ଏବଂ ବଡ ଟର୍ମ ଜମା ହାର ଯଥାକ୍ରମେ ୧୦ ବେସିସ ପଏଣ୍ଟ ଏବଂ ୩୦ ବେସିସ ପଏଣ୍ଟ କମାଇଛି। ଗତ ସପ୍ତାହରେ ରିଜର୍ଭ ବ୍ୟାଙ୍କ ଏହାର ରେପୋ କମାଇବା ପରେ ଏସ୍‌ବିଆଇ ଏଭଳି ପଦକ୍ଷେପ ନେଇଛି। ସେହିଭଳି ବ୍ୟାଙ୍କ ଅକ୍ଟୋବର ପହିଲାରୁ ରେପୋ ସଂଯୋଗୀ ଋଣ ବ୍ୟବସ୍ଥା ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri