Posted inଖେଳ

ଏମ୍‌ସିସିର ପୁଣି ସଭାପତି ହେବେ ସଙ୍ଗକାରା

ଲଣ୍ଡନ, ୭ା୫ (ପି.ଟି.)-କୁମାର ସଙ୍ଗାକାରା ଦ୍ୱିତୀୟ ଥର ପାଇଁ ମେରିଲ୍‌ବୋନ କ୍ରିକେଟ କ୍ଲବ (ଏମ୍‌ସିସି)ର ସଭାପତି ହେବେ। ଏଥିପାଇଁ ତାଙ୍କ ନାମ ସୁପାରିସ କରାଯିବ ବୋଲି କ୍ଲବ ତରଫରୁ ବୁଧବାର ପ୍ରକାଶ କରାଯାଇଛି। ଶ୍ରୀଲଙ୍କାର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ଗତବର୍ଷ ଅକ୍ଟୋବର ୧ରେ କ୍ଲବର ପ୍ରଥମ ଅଣ-ବ୍ରିଟିଶ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। କୋଭିଡ୍‌-୧୯ ଯୋଗୁ ସମଗ୍ର ବିଶ୍ୱରେ କ୍ରିକେଟ ଖେଳ ବାଧାପ୍ରାପ୍ତ ହୋଇଛି। ଏହିପରିପ୍ରେକ୍ଷୀରେ କମିଟି ସଙ୍ଗକାରାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବା ବିଚାର କରିଛି। ୨୦୨୧ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପୁନର୍ବାର କ୍ଲବର ସଭାପତି ଦାୟିତ୍ୱ ବହନ କରିବା ଲାଗି ପୂର୍ବତନ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନଙ୍କୁ ଆମନ୍ତ୍ରଣ କରିବ। ତେବେ ସଙ୍ଗକାରାଙ୍କ କାର୍ଯ୍ୟକାଳ ବୃଦ୍ଧି ସଂକ୍ରାନ୍ତ ସୁପାରିସ କ୍ଲବର ସଦସ୍ୟମାନଙ୍କ ବାର୍ଷିକ ସାଧାରଣ ବୈଠକରେ ଗୃହୀତ ହେବା ଆବଶ୍ୟକ। ଏହି ବୈଠକ ଜୁନ୍‌ ୨୪ରେ ବସିବାର କାର୍ଯ୍ୟକ୍ରମ ରହିଛି। ଏମ୍‌ସିସି ସଭାପତିଙ୍କ କାର୍ଯ୍ୟକାଳ ସାଧାରଣତଃ ୧୨ମାସ ହୋଇଥାଏ। ମାତ୍ର ଅତୀତରେ ବିଶେଷ କ୍ଷେତ୍ରରେ ଏହାର ମିଆଦ ବୃଦ୍ଧି କରାଯାଇଛି। ଅତୀତରେ ଦୁଇଟି ବିଶ୍ୱଯୁଦ୍ଧ ସମୟରେ ଲର୍ଡ ହକ୍‌ (୧୯୧୪-୧୮) ଓ ଷ୍ଟାନ୍‌ଲି ଖ୍ରିଷ୍ଟୋଫର୍ସନ (୧୯୩୯-୪୫) ଏକ ବର୍ଷରୁ ଅଧିକ ସମୟ ଧରି ସଭାପତି ଭାବେ କାର୍ଯ୍ୟ କରିଛନ୍ତି। ସୂଚନାଯୋଗ୍ୟ, ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଜୁଲାଇ ୧ ପର୍ଯ୍ୟନ୍ତ ସମସ୍ତ ପ୍ରକାର ପ୍ରଫେସନାଲ କ୍ରିକେଟକୁ ସସ୍‌ପେଣ୍ଡ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri