କଣିହାଁ,୧୨।୬(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଥିବା କୌଣସି ହାଇସ୍କୁଲକୁ ୧୦ମ ବୋର୍ଡ ପରୀକ୍ଷା ଦେଇ ପାସ କରିଥିବା ଛାତ୍ରୀଛାତ୍ରଙ୍କ ବୋର୍ଡ ସାର୍ଟିଫିକେଟ ଆସିନାହିଁ। ଏଥିଯୋଗୁ ଯୁକ୍ତ ୨ କଲେଜରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରୀଛାତ୍ରଙ୍କ ସହ ସେମାନଙ୍କ ଅଭିଭାବକ ଚିନ୍ତାରେ ପଡ଼ିଛନ୍ତି। ଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଚଳିତ ମାସ ୬ ତାରିଖରୁ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ୨୦ ତାରିଖ ଶେଷ ଦିବସ ରହିଛି। ବିଭିନ୍ନ କଲେଜକୁ ଯୋଗାଯୋଗ କରିବା ସତ୍ତ୍ୱେ ମତାମତ ମିଳି ନ ଥିବାରୁ ଆବେଦନ କରିଥିବା ସଂଖ୍ୟା ଜଣାପ଼ଡିନାହିଁ। ତୁରନ୍ତ ମାଟ୍ରିକ୍ ପାସ ସାର୍ଟିଫିକେଟ ଯୋଗାଇ ଦେବାକୁ ଅଭିଭାବକ ସମର ବଲ୍ଲଭ ପ୍ରଧାନ, ରମେଶ ସାହୁ, ଚଗଲା ସାହୁ, ରାମଚନ୍ଦ୍ର ସାହୁ ଦାବି କରିଛନ୍ତି। ଏ ନେଇ କଣିହାଁ ପବିତ୍ରମୋହନ ହାଇସ୍କୁଲର ଶିକ୍ଷକ ସିଦ୍ଧିପ୍ରସାଦ ସାହୁ, ବଡ଼ଗୁଣ୍ଡୁରୀ ଶ୍ରୀଜଗନ୍ନାଥ ହାଇସ୍କୁଲର ପ୍ରଧାନଶିକ୍ଷକ ଗଦାଧର ସାହୁ କହିଛନ୍ତି, ସାର୍ଟିଫିକେଟ ଆସିନାହିଁ। ଜିଲା ସାରା ସମସ୍ୟା ରହିଛି। କିନ୍ତୁ ବିନା ସାର୍ଟିଫିକେଟରେ ମଧ୍ୟ ନାମ ଲେଖା ପାଇଁ ଆବେଦନ କରାଯାଇପାରିବ। ମାଟ୍ରିକ ରେଜଲ୍ଟ ସିଟ ଦାଖଲ କରିବା ଆବଶ୍ୟକ। ନାମ ଲେଖାବେଳେ ବୋର୍ଡ ସାର୍ଟିଫିକେଟ ସହିତ କଲେଜ ଚାହିଁୁଥିବା ନ୍ୟାୟତଃ ପ୍ରମାଣପତ୍ର ଦେବା ଉଚ୍ଚିତ।
ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…
ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…
ଘରକୁ ଫେରୁଥିବା ବେଳେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…
ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ
ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…
ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…
ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…
ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍
ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…
ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ
ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…
ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…
ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…
Archives

