କଣିହାଁ,୧୨।୬(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଥିବା କୌଣସି ହାଇସ୍କୁଲକୁ ୧୦ମ ବୋର୍ଡ ପରୀକ୍ଷା ଦେଇ ପାସ କରିଥିବା ଛାତ୍ରୀଛାତ୍ରଙ୍କ ବୋର୍ଡ ସାର୍ଟିଫିକେଟ ଆସିନାହିଁ। ଏଥିଯୋଗୁ ଯୁକ୍ତ ୨ କଲେଜରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରୀଛାତ୍ରଙ୍କ ସହ ସେମାନଙ୍କ ଅଭିଭାବକ ଚିନ୍ତାରେ ପଡ଼ିଛନ୍ତି। ଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଚଳିତ ମାସ ୬ ତାରିଖରୁ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ୨୦ ତାରିଖ ଶେଷ ଦିବସ ରହିଛି। ବିଭିନ୍ନ କଲେଜକୁ ଯୋଗାଯୋଗ କରିବା ସତ୍ତ୍ୱେ ମତାମତ ମିଳି ନ ଥିବାରୁ ଆବେଦନ କରିଥିବା ସଂଖ୍ୟା ଜଣାପ଼ଡିନାହିଁ। ତୁରନ୍ତ ମାଟ୍ରିକ୍ ପାସ ସାର୍ଟିଫିକେଟ ଯୋଗାଇ ଦେବାକୁ ଅଭିଭାବକ ସମର ବଲ୍ଲଭ ପ୍ରଧାନ, ରମେଶ ସାହୁ, ଚଗଲା ସାହୁ, ରାମଚନ୍ଦ୍ର ସାହୁ ଦାବି କରିଛନ୍ତି। ଏ ନେଇ କଣିହାଁ ପବିତ୍ରମୋହନ ହାଇସ୍କୁଲର ଶିକ୍ଷକ ସିଦ୍ଧିପ୍ରସାଦ ସାହୁ, ବଡ଼ଗୁଣ୍ଡୁରୀ ଶ୍ରୀଜଗନ୍ନାଥ ହାଇସ୍କୁଲର ପ୍ରଧାନଶିକ୍ଷକ ଗଦାଧର ସାହୁ କହିଛନ୍ତି, ସାର୍ଟିଫିକେଟ ଆସିନାହିଁ। ଜିଲା ସାରା ସମସ୍ୟା ରହିଛି। କିନ୍ତୁ ବିନା ସାର୍ଟିଫିକେଟରେ ମଧ୍ୟ ନାମ ଲେଖା ପାଇଁ ଆବେଦନ କରାଯାଇପାରିବ। ମାଟ୍ରିକ ରେଜଲ୍ଟ ସିଟ ଦାଖଲ କରିବା ଆବଶ୍ୟକ। ନାମ ଲେଖାବେଳେ ବୋର୍ଡ ସାର୍ଟିଫିକେଟ ସହିତ କଲେଜ ଚାହିଁୁଥିବା ନ୍ୟାୟତଃ ପ୍ରମାଣପତ୍ର ଦେବା ଉଚ୍ଚିତ।
ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା
ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…
ମୋ ପ୍ରେମିକାଙ୍କୁ ଡାକ, ନଚେତ୍ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ
ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍ ଉପରୁ ଜଣେ ନାବାଳକ…
ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍ର କୌଶଳ…
ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ
ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…
ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…
ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…
ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍: ଆଉ ତା’ପରେ…
କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
Archives

