ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ ସର୍ବାଧିକ ୭୩୦୦୦ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସେହିଭଳି ବଲାଙ୍ଗୀରକୁ ୧୧୦୦୦, ବାଲେଶ୍ୱରକୁ ୧୧୦୦୦, କେନ୍ଦ୍ରାପଡ଼ାକୁ ୭୫୭୨, କଟକକୁ ୫୬୦୩ ଜଣ ଫେରିଛନ୍ତି। ଗୁଜରାଟରୁ ୫୦, ତେଲଙ୍ଗାନାରୁ ୧୭, ତାମିଲନାଡ଼ୁରୁ ୧୩, ଆନ୍ଧ୍ରପ୍ରଦେଶରୁ ୯, ମହାରାଷ୍ଟ୍ରରୁ ୮ ଏବଂ ଅନ୍ୟାନ୍ୟ ରାଜ୍ୟରୁ ୧୨ଟି ଟ୍ରେନ୍‌ ଆସିଛି। ପୂର୍ବରୁ ଆସୁଥିବା ଟ୍ରେନ୍‌ଗୁଡ଼ିକ ରାଜ୍ୟର ଅନୁମତି ନେଇ ଆସୁଥିଲା। ଏବେ ନୂଆ ଗାଇଡ୍‌ଲାଇନ୍‌ ଅନୁସାରେ ରାଜ୍ୟର ଅନୁମତି ଦରକାର ନାହିଁ। ଏହାକୁ ନେଇ ସରକାର ସାମାନ୍ୟ ସମସ୍ୟାରେ ପଡ଼ୁଛନ୍ତି, ହେଲେ ଅଧିକ ପରିଶ୍ରମ କରାଯାଉଛି। ଜୁନ ପହିଲା ପରେ ଆଉ ୧୨ଟି ଟ୍ରେନ୍‌ ଓଡ଼ିଶାକୁ ଆସିବ। କରୋନା ମୁକାବିଲାରେ ଓଡ଼ିଶା ଏବେ ସାରା ଭାରତର ମଡେଲ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri