ଏଲ୍‌ଇଡି ଲାଇଟ୍‌ କିଣାରେ ଅନିୟମିତତା: ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

କଟକ ସଦର,୩ା୨(ଡି.ଏନ୍‌.ଏ.): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକୁ ଉଲ୍ଲଂଘନ କରି କଟକସଦର ସମେତ ଜିଲାର ଅଧିକାଂଶ ବ୍ଲକରେ ଏଲ୍‌ଇଡି ଲାଇଟ୍‌ କିଣାଯାଇଥିଲା। ଏ ନେଇ ‘ଧରିତ୍ରୀ’ରେ ଶନିବାର ରିପୋର୍ଟ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବା ପରେ ତପତ୍ର ହୋଇପଡ଼ିଛି ପ୍ରଶାସନ। ଲାଇଟ୍‌ କିଣାର ତଦନ୍ତ କରିବା ସହ ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ କଟକ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମହମ୍ମଦ ଅବଦ୍ଦଲ ଅଖତର୍‌ ବିଡ଼ିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଭାରତରେ ଥିବା ବିଭିନ୍ନ ବ୍ରାଣ୍ଡର ଏଲ୍‌ଇଡି ଲାଇଟ ଥିବା ବେଳେ ଚାଇନା କମ୍ପାନୀର ଲାଇଟ୍‌ କିଣିବାର ମଧ୍ୟ ତଦନ୍ତ ହେବ। ଲାଇଟ୍‌ ଉପରେ ଗୋଟିଏ ବର୍ଷର ଗ୍ୟାରେଣ୍ଟି ଦିଆଯାଇଥାଏ। କିନ୍ତୁ ପଞ୍ଚାୟତ କ୍ଷେତ୍ରରେ ଏହି ନିୟମକୁ ଲାଗୁ କରାଯାଇ ନ ଥିବା ପିଡ଼ିଙ୍କ ନିକଟରେ ଶୁକ୍ରବାର ଅଭିଯୋଗ ହୋଇଥିଲା। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ୧୦ ଲକ୍ଷରୁ ଅଧିକ ଟଙ୍କାର କାର୍ଯ୍ୟକ୍ଷେତ୍ରରେ ଟେଣ୍ଡର୍‌ ପ୍ରକ୍ରିୟାକୁ ଅନୁସରଣ କରିବା ନିୟମ ରହିଛି । ଏହାକୁ ମଧ୍ୟ ଉଲଂଘନ କରାଯିବା ସହ କୌଣସି ଖବରକାଗଜରେ ବିଜ୍ଞାପନ ମଧ୍ୟ ଦିଆଯାଇ ନ ଥିଲା। ସ୍ଥାନୀୟ ବଜାରରୁ ଲାଇଟ ନ କିଣି ଏକ ନିର୍ଦ୍ଦିଷ୍ଟ ଠିକା ସଂସ୍ଥାରୁ କ୍ରୟ ପାଇଁ ପଞ୍ଚାୟତିରାଜ ବିଭାଗ ପତ୍ର ସଂଖ୍ୟା ୪୨୨୬/୨୫-୨-୧୯ରେ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେରେସିଂହା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିଭୂମି ପରଖିଲେ ଜିଲାପାଳ

କର୍ଲାମୁଣ୍ଡା,୨୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ହେବାକୁ ଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri