Posted inଖେଳ

ଏସିଆ ଏକାଦଶ ପାଇଁ ବିସିସିଆଇ ପଠାଇଲା ୪ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୨୨।୨- ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏସିଆ ଏକାଦଶ ପାଇଁ ୪ ଖେଳାଳିଙ୍କ ନାମ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି)କୁ ପଠାଇଛନ୍ତି। ଏଥିରେ ଅଧିନାୟକ ବିରାଟ କୋହଲି, ଓପନର ଶିଖର ଧାଓ୍ବନ, ପେସର ମହମ୍ମଦ ଶାମି ଓ ଚାଇନାମ୍ୟାନ କୁଲଦୀପ ଯାଦବ ରହିଛନ୍ତି। ଆସନ୍ତା ମାର୍ଚ୍ଚ ୧୮ ଓ ୨୧ ତାରିଖରେ ଏସିଆ ଏକାଦଶ ଓ ବିଶ୍ୱ ଏକାଦଶ ମଧ୍ୟରେ ଦୁଇଟି ଟି୨୦ ମ୍ୟାଚ୍‌ ଖେଳାଯିବ। ବାଂଲାଦେଶ ପ୍ରତିଷ୍ଠାତା ଶେଖ ମୁଜିବୁର ରେହମାନଙ୍କ ୧୦୦ତମ ଜନ୍ମ ବାର୍ଷକି ଅବସରରେ ଏହି ଦୁଇ ମ୍ୟାଚ୍‌ ଶେର ଇ ବାଂଲା ଷ୍ଟାଡିୟମରେ ଖେଳାଯିବ। ଖେଳାଳିଙ୍କ ବ୍ୟକ୍ତିଗତ କାର୍ଯ୍ୟସୂଚୀ ଯାଞ୍ଚ କରିବା ପରେ ବିସିସିଆଇ ଖେଳାଳି ଚୟନ କରି ବିସିବିକୁ ପଠାଇଛି। ଫଳରେ ବିସିବି ଏସିଆ ଏକାଦଶ ଦଳ ପ୍ରସ୍ତୁତ କରିପାରିବ। ପୂର୍ବରୁ ଏସିଆ ଏକାଦଶ ଦଳରେ କେଉଁ ଦେଶର ସଦସ୍ୟ ଖେଳିବେ, ସେ ନେଇ ଚିନ୍ତାରେ ଥିଲା ବିସିବି। କାରଣ ପାକିସ୍ତାନ ଖେଳାଳି ଦଳରେ ସାମିଲ ହେଲେ ଭାରତ ଖେଳିବ ନାହିଁ ବୋଲି ବିସିସିଆଇ ସିଧାସଳଖ ମନା କରିଦେଇଥିଲା। ତେବେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ଯେ, ଦେଶର କୌଣସି ଖେଳାଳି ଉପଲବ୍ଧ ନ ଥିବାରୁ ଏସିଆ ଏକାଦଶ ଅଂଶ ହୋଇପାରିବେ ନାହିଁ। ସେହି ସମୟରେ ପାକିସ୍ତାନରେ ପିଏସ୍‌ଏଲ ଚାଲିଥିବ। ଉଲ୍ଲେଖଯୋଗ୍ୟ, ବିଶ୍ବ ଏକାଦଶ ଓ ଏସିଆ ଏକାଦଶ ମଧ୍ୟରେ ମାର୍ଚ୍ଚ ୧୬ରୁ ୨୧ ମଧ୍ୟରେ ଖେଳାଯିବ। ଅନ୍ୟପକ୍ଷରେ ପିଏସ୍‌ଏଲର ୫ମ ସଂସ୍କରଣ ୨୨ ତାରିଖରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri