Posted inଖେଳ

ଏସିଆନ କ୍ୱାଲିଫାୟର୍ସ ଫାଇନାଲରୁ ଓହରିଲେ ବିକାଶ

ଅମାନ,୧୧।୩(ପି.ଟି.)- ଅଲିମ୍ପିକ୍‌ ଯୋଗ୍ୟତା ହାସଲକାରୀ ବକ୍ସର ବିକାଶ କ୍ରିଷ୍ଣନ (୬୯ କେଜି)ଙ୍କୁ ଏସିଆ/ଓସେନିଆ କ୍ୱାଲିଫାୟର୍ସରେ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଆଖିଜନିତ ଆହତ ସମସ୍ୟା ଯୋଗୁ ସେ ୬୯ କେଜି ଓଜନ ବର୍ଗର ଫାଇନାଲରୁ ଓହରି ଯାଇଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ କ୍ରିଷ୍ଣନ ଜୋର୍ଡାନର ଜେୟାଦ ଇଶାହଙ୍କୁ ଭେଟିଥାନ୍ତେ। ଆଖି ନିକଟରେ ଆଘାତ ଲାଗିଥିବାରୁ ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଡାକ୍ତରଙ୍କ ପରାମର୍ଶ ପରେ ସେ ଫାଇନାଲରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସୂତ୍ରରୁ ଜଣାପଡ଼ିଛି। ସେ ସେମିଫାଇନାଲରେ ଦ୍ୱିତୀୟ ସିଡ୍‌ କାଜାଖସ୍ଥାନର ଆବଲାଇଖାନ ଝୁସୁପଭଙ୍କୁ ହରାଇଥିଲେ। ଏହି ମ୍ୟାଚ୍‌ର ଦ୍ୱିତୀୟ ରାଉଣ୍ଡରେ ତାଙ୍କ ବାମ ଆଖିର ତଳ ଭାଗରେ ଆଘାତ ଲାଗିଥିଲା। ଏହାସତ୍ତ୍ୱେ ସେ ମ୍ୟାଚ୍‌କୁ ଜିତି ଫାଇନାଲରେ ପ୍ରବେଶ କରିଥିଲେ। ତାଙ୍କ ବ୍ୟତୀତ ୬ ଜଣ ଭାରତୀୟ ବକ୍ସର ଚଳିତ କ୍ୱାଲିଫାୟର୍ସ ସେମିଫାଇନାଲରେ ସ୍ଥାନ ପାଇ ଟୋକିଓ ଅଲିମ୍ପିକ୍ସ ଟିକେଟ୍‌ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri