Posted inଖେଳ

ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌: ଜୁନିୟର ବର୍ଗରେ ଝିଲିଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୩।୧୦(କ୍ରୀଡ଼ା ପ୍ରତିନିଧି)-ରାଜ୍ୟର ଭାରୋତ୍ତୋଳନ ପ୍ରତିଭା ଝିଲ୍ଲୀ ଦଳବେହେରା କ୍ୟାରିୟରରେ ଆଉ ଏକ ଅନ୍ତର୍ଜାତୀୟ ପଦକ ହାସଲ କରିଛନ୍ତି। ଦକ୍ଷିଣ କୋରିଆରେ ଚାଲିଥିବା ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ଜୁନିୟର ବାଳିକା ୪୫ କେଜି ବର୍ଗରେ ସେ ବ୍ରୋଞ୍ଜ ପଦକ ପାଇଛନ୍ତି। ଭୁବନେଶ୍ୱର କ୍ରୀଡ଼ାଛାତ୍ରାବାସର ଅନ୍ତେଃବାସୀ ଝିଲ୍ଲୀ ସ୍ନାଚ୍‌ରେ ୬୭, କ୍ଲିନ୍‌ ଆଣ୍ଡ ଜର୍କରେ ୮୯(ମୋଟ ୧୫୬ କେଜି) କେଜି ଭାରୋତ୍ତୋଳନ କରି ଏହି ସଫଳତା ପାଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଗତ ଏପ୍ରିଲରେ ଚାଇନାର ନିଙ୍ଗବୋଠାରେ ଅନୁଷ୍ଠିତ ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ୪୫ କେଜି ବର୍ଗରେ ସେ ରୌପ୍ୟ ପଦକଲାଭ କରିଥିଲେ। ୨୦୧୮ ଜୁଲାଇରେ ଉଜବେକିସ୍ତାନର ତାସକେଣ୍ଟଠାରେ ଅନୁଷ୍ଠିତ ବିଶ୍ୱ ଜୁନିୟର ଭାରୋତ୍ତୋଳନର ୪୮ କେଜି ବର୍ଗରେ ବ୍ରୋଞ୍ଜ ଏବଂ ଏପ୍ରିଲରେ ଉର୍ଗାଙ୍କଠାରେ ଅନୁଷ୍ଠିତ ଏସିଆନ ଜୁନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ୪୮ କେଜି ବର୍ଗରେ ସେ ବ୍ରୋଞ୍ଜ ପଦକ ଲାଭ କରିଥିଲେ। ୨୦୧୭ ସେପ୍ଟେମ୍ବରରେ ଅଷ୍ଟ୍ରେଲିଆର ଗୋଲ୍ଡକୋଷ୍ଟରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ୪୮ କେଜି ବର୍ଗରେ ସେ ୨ଟି ସ୍ବର୍ଣ୍ଣପଦକ ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri