Posted inଖେଳ

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌: ମାସ୍କ ପିନ୍ଧିଲେ ରେସଲର

ନୂଆଦିଲ୍ଲୀ, ୧୮ା୨ (ପି.ଟି.)-ଭାରତରେ କରୋନା ଭାଇରସର ବିପଦ ନାହିଁ। ଏହା ସତ୍ତ୍ୱେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏଠାରେ ଚାଲିଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ କେତେଜଣ ରେସଲର ସେମାନଙ୍କ ମୁହଁରେ ମାସ୍କ ଲଗାଇଥିବା ଦେଖିବାକୁ ମିିଳିଛି। ପଡୋଶୀ ଦେଶ ଚାଇନାରେ କରୋନା ଭାଇରସରେ ୭୨,୦୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ହୋଇଥିବାବେଳେ ୧,୯୦୦ଜଣଙ୍କୁ ମୃତ୍ୟୁ ଘଟିସାରିଲାଣି। ଏହି କାରଣରୁ ଚାଇନା ରେସ୍‌ଲରମାନଙ୍କୁ ଭିଜା ପାଇଁ ମନା କରାଯାଇଥିଲା। ଫଳରେ ସେମାନେ ଅଂଶଗ୍ରହଣରୁ ବଞ୍ଚତ୍ତ ହୋଇଛନ୍ତି। କୋରିଆ ଦଳର ଜଣେ ମେଡିକାଲ ଷ୍ଟାଫ୍‌ ସେୟନ ଲି’ କହିଛନ୍ତି ପ୍ରତିଯୋଗିତା ପାଇଁ ଆମର ୨୮ ଜଣିଆ ଦଳ ଆସିଛନ୍ତି। ହାତଗଣତି କେତେଜଣ ରେସ୍‌ଲର ଓ ଅଫିସିଆଲ ମାସ୍କ ଲଗାଇଛନ୍ତି। ଏଠାରେ କରୋନା ଭାଇରସର ବିପଦ ନାହିଁ ବୋଲି ଆମେ ଜାଣୁ। ହେଲେ ସତର୍କ ରହିବା ଭଲ। ରେସ୍‌ଲିଂର ଓ୍ବାଲର୍‌ଡ ଗଭର୍ନିଂବଡି ୟୁନାଇଟେଡ୍‌ ଓ୍ବାଲର୍‌ଡ ରେସ୍‌ଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)ର ଡିଜିଟାଲ ପ୍ରୋଜେକ୍ଟ ମ୍ୟାନେଜର ବାକୋର ଫ୍ଲୋରିଆନ ମାସ୍କ ଲଗାଇଥିବା ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷରେ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ପକ୍ଷରୁ କୁହାଯାଇଛି ଯେ, ଦିଲ୍ଲୀର ବାୟୁମଣ୍ଡଳରୁ ରକ୍ଷା କରିବା ପାଇଁ ବିଶେଷ କରି କୋରିଆ, ଥାଇଲାଣ୍ଡ ଓ ଜାପାନର କେତେଜଣ ରେସ୍‌ଲର ମାସ୍କ ପିନ୍ଧିଛନ୍ତି। ଚାମ୍ପିୟନଶିପ୍‌ରେ ତିନୋଟି ବିଭାଗରେ ପ୍ରତିଯୋଗିତା ହେଉଛି। ତାହା ହେଲା ମୁରୁଷ ଫ୍ରିଷ୍ଟାଇଲ, ଗ୍ରୀକୋ ରୋମାନ ଏବଂ ମହିଳା ରେସ୍‌ଲିଂ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri